ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍

ବସ୍‌ରେ ୪୦ ଜଣ ଯାତ୍ରୀ ଥିଲେ।

ଦୁର୍ଘଟଣା ବସ୍

  • Published: Monday, 06 May 2024
  • , Updated: 06 May 2024, 07:49 AM IST

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍। ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ। ସୋନପୁର–ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ଖମ୍ବଶିରିପାଲି ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଯାତ୍ରୀବାହୀ ବସ୍‌ଟି ଭୁବନେଶ୍ୱରରୁ ପାଟଣାଗଡ ଅଭିମୁଖେ ଯାଉଥିଲା। ଖମ୍ବଶିରିପାଲି ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। 

ସେମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ପହଞ୍ଚି ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Related story