ଗ୍ୟାସ୍ ସିଲିଣ୍ଡର ଫାଟି ଚାଲିଯାଇଛି ଗୋଟିଏ ପରିବାରର ଚାରି ଜଣଙ୍କ ଜୀବନ। ରୋଷେଇ କରୁଥିବା ବେଳେ ସିଲିଣ୍ଡର ବିସ୍ଫୋରଣ ଘଟିବାରୁ ମାଆ ସମେତ ତିନି ପିଲା ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଉତ୍ତର ପ୍ରଦେଶ ଦେଓରିଆ ଜିଲ୍ଲାରେ ଘଟିଛି ଏହି ଦୁଃଖଦ ଘଟଣା।
ପୁଲିସ କହିବା ଅନୁସାରେ, ଆଜି ସକାଳେ ମହିଳା ଜଣକ ପରିବାର ଲୋକଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରୁଥିଲେ। ଏହି ସମୟରେ ହଠାତ୍ ସିଲିଣ୍ଡର ବିସ୍ଫୋରଣ ଘଟିଥିଲା। ଫଳରେ ଘରର ଚାରିଆଡ଼କୁ ନିଆଁ ବ୍ୟାପି ଯାଇଥିଲା।
Also Read
ଖବର ପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ହେଲେ ନିଆଁ ଆୟତ୍ତ ହେବା ବେଳରୁ ମାଆ ସମେତ ତିନି ଶିଶୁ ଜୀବନ୍ତ ଦଗ୍ଧ ହୋଇ ଯାଇଥିଲେ।
ଦେଓରିଆ ପୁଲିସ ଅଧୀକ୍ଷକ କହିଛନ୍ତି ଯେ, ଏଥିରେ କେହି ଆହତ ହୋଇନାହାନ୍ତି। ପରିବାରର ଅନ୍ୟ କେହି ସଦସ୍ୟ ଥିଲେ କି ନାହିଁ, କେଉଁ କାରଣରୁ ସିଲିଣ୍ଡର ବିସ୍ଫୋରଣ ଘଟିଲା ତା'ର ତଦନ୍ତ ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ମାମୁ ଘରକୁ ଆସିଥିବା ବେଳେ ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ
ଘରର ଅନ୍ୟ ସଦସ୍ୟଙ୍କ ଅଗୋଚରରେ ଚାନ୍ଦିନୀ ଓ ନନ୍ଦିନୀ ପାଖ ପୋଖରୀ ପାଖକୁ ଚାଲି ଯାଇଥିଲ ଏବଂ ବୁଡ଼ି ଯାଇଥିଲେ ବୋଲି କୁହାଯାଉଛି।

Accident
କାରକୁ ପିଟିଲା କାର: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ
ଭୁବନେଶ୍ୱର ଆସୁଥିବା ବେଳେ ଘଟିଲା ଦୁର୍ଘଟଣା।

National
ବିମାନ ଦୁର୍ଘଟଣା: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ବର୍ତ୍ତମାନ ସୁଦ୍ଧା ୩୨ ଜଣଙ୍କ ଡିଏନ୍ଏ ମ୍ୟାଚ୍ ହୋଇଥିବା ବେଳେ ୧୪ ଜଣଙ୍କ ମୃତଦେହ ହସ୍ତାନ୍ତର କରାଯାଇଛି।

National
ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୭ ମୃତ
ଗତ ମେ’ ୨ ତାରିଖରେ କେଦାରନାଥ ଧାମ ଖୋଲିବା ପରଠାରୁ ଅର୍ଥାତ୍ ଗତ ୬ ସପ୍ତାହ ମଧ୍ୟରେ ଏହା ହେଉଛି ୫ମ ହେଲିକପ୍ଟର ଦୁର୍ଘଟଣା।