Advertisment

ବାପପୁଅ ସମେତ ୩ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ୍

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Road accident

Road accident

ବାପପୁଅ ସମେତ ୩ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ଡିଏଭି ସ୍କୁଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ କ୍ରିଷ୍ଣା ଭୂସାଲ୍ ତାଙ୍କ ପୁଅ ନିକିତ ଭୂସାଲ୍ ଓ ଗଣେଶ ଶର୍ମା। ସମସ୍ତ ମୃତକଙ୍କ ଘର ଯୋଡ଼ା ଥାନା ଆଜାଦ୍ ବସ୍ତି ଅଞ୍ଚଳରେ ବୋଲି ଜଣାଯାଇଛି। 

Advertisment

ଆଜି ସକାଳେ କ୍ରିଷ୍ଣା ନିଜ ପୁଅ ସହ ପଡ଼ୋଶୀର ପୁଅ ଗଣେଶକୁ ବାଇକ ଯୋଗେ ସ୍କୁଲ ଛାଡ଼ିବାକୁ ଯାଉଥିଲେ।। ଯୋଡ଼ା ଥାନା ଡିଏଭି ସ୍କୁଲ ନିକଟରେ ଏକ ଟ୍ରକ୍ ଦ୍ରୁତ ଗତିରେ ଆସି ୩ ଜଣଙ୍କୁ ଧକ୍କା ଦେଇଥିଲା। ପରେ ସମସ୍ତେ ତଳେ ଛିଟିକି ତଳେ ପଡ଼ି ଯାଇଥିଲେ। ପରେ ଟ୍ରକଟି ୩ ଜଣଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ସମସ୍ତଙ୍କର ମୃତ୍ୟୁ ଘଟିଥିଲା।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଉଭୟ ପାର୍ଶ୍ୱରେ ଗାଡ଼ିମଟର ଅଟକି ରହିଛି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି।

Advertisment
Accident Kendujhar