ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଦୁର୍ଘଟଣାରେ ୩ ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ନୂଆପଡ଼ା ଜିଲ୍ଲା ଲଖନା ଥାନା ଅନ୍ତର୍ଗତ ଦଲଦଲି ଗାଁ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ମୃତକମାନେ ଦୁଇ ଭାଇ ହେତରାମ ଶବର, ଶ୍ୟାମ ଶବର ଓ ସଂପର୍କୀୟ କକାଗୁଡୁ ଧରୁଆ।। ସେମାନଙ୍କ ଘର ହେଲେ କର୍ଲାପଡ଼ା ଗାଁର ହୋଇଥିବା ଜଣାଯାଇଛି।
Also Read
ଗତକାଲି ରାତି ପ୍ରାୟ ୯ଟା ବେଳେ ଏକ ବାଇକ୍ ଯୋଗେ ତିନି ଜଣ ନୂଆପଡାରୁ ନିଜ ଗାଁକୁ ଫେରୁଥିଲେ। ଏହି ସମୟରେ ଜାତୀୟ ରାଜପଥ ୩୫୩ର ଦଲଦଲି ଗାଁ ନିକଟରେ ଏକ ଟ୍ରକ୍ ବାଇକ୍କୁ ଧକ୍କା ଦେଇଥିଲା। ୩ଜଣ ତଳେ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବୁଡ଼ ପକାଇବାକୁ ଯିବା ବେଳେ ଓଲଟିଲା ଡାଲା ଅଟୋ; ୧୩ ଆହତ
ଆଜି ସକାଳେ ଡେଙ୍ଗାଡି ଗାଁର ୧୫ ଜଣ ଏକ ଡାଲା ଅଟୋରେ ବୁଡ଼ ପକାଇବା ପାଇଁ ଆସିକା ଦୋ ମୁହାଣୀକୁ ଯାଉଥିଲେ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲା ପାଗଳ କୁକୁର; ୭ ଆହତ
ଆହତଙ୍କ ମଧ୍ୟରେ ୫ଜଣ ମହିଳା ସହ ଜଣେ ପୁରୁଷ ଓ ଜଣେ ନାବାଳକ ଅଛନ୍ତି।