Advertisment

ଟ୍ରକକୁ ଧକ୍କା ଦେଲା କାର୍‌; ଜଣେ ମୃତ,୬ଗୁରୁତର

ଦୁର୍ଘଟଣାରେ କାରଟି ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Road accident

Road accident

ଭଦ୍ରକ NH 16 ଗେଲପୁର ଛକ ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକକୁ ପଛପଟୁ କାର ଧକ୍କା ଦେବାରୁ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି ବିଳମ୍ବିତ ରାତିରେ ଭଦ୍ରକ ପୁରୁଣାବଜାରରୁ ଏକ କାର ଯୋଗେ ୭ଜଣ ବ୍ୟକ୍ତି ଧାମନଗର ଦୋବଲ୍ ଅଭିମୁଖେ ଯାଉଥିଲେ। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକ୍‌କୁ କାର୍‌ଟି ଧକ୍କା ଦେଇଥିଲା।

ଦୁର୍ଘଟଣାରେ ୭ଜଣ ଆହତ ହୋଇଥିଲେ। ଆହତମାନଙ୍କୁ ପ୍ରଥମେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।  ସମସ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ବାଟରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି।  ଦୁର୍ଘଟଣାରେ କାରଟି ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Roadaccident Bhadrak