ବିଷାକ୍ତ ସାପ କାମୁଡ଼ାରେ ଚାଲିଗଲା ଭାଇଭଉଣୀ ଜୀବନ। ଏପରି ଦୁଃଖଦ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ଜାମପଦର ଗାଁରେ। ମୃତକ ହେଲେ ବିକାଶ ଶାଗରଙ୍କ ନାବାଳକ ପୁଅ ଭାବଗ୍ରାହୀ ଓ ତାଙ୍କ ଝିଅ ମନିକା ଶାଗର।
ଗତକାଲି ରାତିରେ ପିଲା ଦୁଇଟି ଖାଇପିଇ ବାପାମା’ଙ୍କ ପାଖରେ ଶୋଇଥିଲେ। ବିଳମ୍ବିତ ରାତିରେ ପିଲା ଦୁଇଟି ଅସୁସ୍ଥ ହୋଇ ପଡ଼ିଥିଲା। ଦୁଇ ଜଣଙ୍କ ମୁହଁରୁ ଫେଣ ବାହାରିଥିଲା। ପରିବାର ଲୋକେ ପିଲା ଦୁଇଟିକୁ ସଇଁତଳା ହସ୍ପିଟାଲରେ ଭର୍ତ୍ତି କରିଥିଲେ।
Also Read
ପିଲା ଦୁଇଟିର ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପିଲା ଦୁଇଟିର ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ଘରୁ ଭିତରୁ ସାପ ବାହାରିଥିବାରୁ ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ମାମୁ ଘରକୁ ଆସିଥିବା ବେଳେ ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ
ଘରର ଅନ୍ୟ ସଦସ୍ୟଙ୍କ ଅଗୋଚରରେ ଚାନ୍ଦିନୀ ଓ ନନ୍ଦିନୀ ପାଖ ପୋଖରୀ ପାଖକୁ ଚାଲି ଯାଇଥିଲ ଏବଂ ବୁଡ଼ି ଯାଇଥିଲେ ବୋଲି କୁହାଯାଉଛି।

Accident
କାରକୁ ପିଟିଲା କାର: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ
ଭୁବନେଶ୍ୱର ଆସୁଥିବା ବେଳେ ଘଟିଲା ଦୁର୍ଘଟଣା।

National
ବିମାନ ଦୁର୍ଘଟଣା: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ବର୍ତ୍ତମାନ ସୁଦ୍ଧା ୩୨ ଜଣଙ୍କ ଡିଏନ୍ଏ ମ୍ୟାଚ୍ ହୋଇଥିବା ବେଳେ ୧୪ ଜଣଙ୍କ ମୃତଦେହ ହସ୍ତାନ୍ତର କରାଯାଇଛି।

National
ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୭ ମୃତ
ଗତ ମେ’ ୨ ତାରିଖରେ କେଦାରନାଥ ଧାମ ଖୋଲିବା ପରଠାରୁ ଅର୍ଥାତ୍ ଗତ ୬ ସପ୍ତାହ ମଧ୍ୟରେ ଏହା ହେଉଛି ୫ମ ହେଲିକପ୍ଟର ଦୁର୍ଘଟଣା।