ପୋଖରୀରେ ବୁଡ଼ି ଭାଇ ଭଉଣୀଙ୍କର ମୃତ୍ୟୁ ଘଟିଥିବା ବେଳେ ନାବାଳିକାର ଅବସ୍ଥା ଗୁରୁତର ରହିଛି। ଗଞ୍ଜାମ ଜିଲ୍ଲା ଖଲିକୋଟ ଥାନା ଅନ୍ତର୍ଗତ ମରେଇନୂଆଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ମୃତ ଭାଇର ବୟସ ୬ବର୍ଷ ହୋଇଥିବା ବେଳେ ଭଉଣୀର ବୟସ ୩ ବର୍ଷ ହୋଇଥିବା ସୂଚନା ରହିଛି। ଗୁରୁତର ନାବାଳିକାକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ଭାଇଭଉଣୀ ଓ ନାବାଳିକା ଜଣଙ୍କ ଘର ନିକଟରେ ଥିବା ପୋଖରୀ ପାଖରେ ଖେଳୁଥିଲେ। ଏହି ସମୟରେ ସେମାନେ ପୋଖରୀକୁ ଯାଇଥିବା ବେଳେ ବୁଡ଼ି ଯାଇଥିଲେ। ପରିବାର ଲୋକେ ଚାରିଆଡ଼େ ଖୋଜାଖୋଜି କରିବା ପରେ ପୋଖରୀରୁ ୩ଜଣଙ୍କୁ ଉଦ୍ଧାର କରାଯାଇଥିଲା। ପରେ ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
Also Read
ସେଠାରେ ଡାକ୍ତର ଭାଇଭଉଣୀକୁ ମୃତ ଘୋଷଣା କରିଥିବା ବେଳେ ନାବାଳିକାଙ୍କ ଅବସ୍ଥା ଗୁରୁତର ରହିଛି। ଭାଇଭଉଣୀଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

National
କୋଠାରେ ଲାଗିଲା ନିଆଁ: ୮ ଶିଶୁଙ୍କ ସମେତ ୧୭ ଜୀବନ୍ତ ଦଗ୍ଧ
ଆଜି ସକାଳ ସାଢ଼େ ୫ଟାରୁ ୬ଟା ମଧ୍ୟରେ ଏହି କୋଠାରେ ନିଆଁ ଲାଗିଥିଲା। ଏହି କୋଠାରେ ଉଭୟ ଦୋକାନ ଓ ଆବାସିକ ଘର ରହିଛି।

Accident
ବିଦ୍ୟୁତ୍ ଆଘାତରେ ମା’ ଓ ଶିଶୁପୁତ୍ର ମୃତ
ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାଂଶପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
Accident
ଭୋଜି ଖାଇବାକୁ ଯାଉଥିଲେ, ଗାଡ଼ି ଓଲଟି ପଡ଼ିବାରୁ ଚାଲିଗଲା ୨ ଜଣଙ୍କ ଜୀବନ
ଦୁର୍ଘଟଣାଗ୍ରସ୍ତ ଟାଟା ଏସିରେ ୧୦ରୁ ଅଧିକ ଯାତ୍ରୀ ଥିଲେ। ସେମାନେ ବୋରୋସିଙ୍ଗି ଗ୍ରାମକୁ ଏକ ଭୋଜିରେ ଯୋଗ ଦେବାକୁ ଯାଉଥିଲେ।

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।