ଭୁବନେଶ୍ୱର ସ୍ଥିତ ବଡଗଡ଼ ସ୍ଥିତ କପଡା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୨୫ ଲକ୍ଷରୁ ଅଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି।
ମାର୍କେଟ ବିଲ୍ଡିଂରେ ମାଲିକଙ୍କ ଦୋକାନ ଥିବା ବେଳେ ବଡଗଡ଼ ଅଞ୍ଚଳରେ ଗୋଦାମ ଥିଲା। ଏହି ଗୋଦାମରେ ଆଜି ନିଆଁ ଲାଗିଯାଇଥିଲା। କର୍ମଚାରୀ ଗୋଦାମରେ ନିଆଁ ଲାଗିଯାଇଥିବା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା ଚଳାଇଛି।
Also Read
ତେବେ ପ୍ରବଳ ଧୂଆଁ ହୋଇଥିବାରୁ ନିଆଁକୁ ଆୟତ୍ତ କରିବା ଅଗ୍ନିଶମ ବାହିନୀଙ୍କ ପାଇଁ କଷ୍ଟକର ହୋଇପଡ଼ିଛି। କପଡ଼ା ଗୋଦାମରେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ମଝି ଆକାଶରେ ଦୁର୍ଘଟଣା: ବିମାନକୁ ଦେଖି କାହିଁକି ଉପରକୁ କିମ୍ବା ତଳକୁ ଗଲାନି ହେଲିକପ୍ଟର?
୩୦୦ରୁ ଅଧିକ କର୍ମଚାରୀ ଉଦ୍ଧାର କାର୍ଯ୍ୟରେ ଲାଗିଥିବା ବେଳେ ବର୍ତ୍ତମାନ ସୁଦ୍ଧା ନଦୀ ମଧ୍ୟରୁ ୧୯ ଜଣଙ୍କ ମୃତଦେହ ମିଳିଛି। ଯାତ୍ରୀବାହୀ ବିମାନରେ ୬୦ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ରହିଥିଲେ। ସେହିପରି ଆର୍ମି ହେଲିକପ୍ଟରରେ ୩ ଜଣ ସେନା ଅଧିକାରୀ ରହିଥିଲେ।

Accident
ନିଆଁ ଗୁଜବ ପରେ ଗୋଟିଏ ଟ୍ରେନରୁ ଡେଇଁଲେ, ଆଉ ଗୋଟିଏ ଟ୍ରେନ ନେଇ ଗଲା ୧୧ ଜୀବନ
ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍କମ ଏକ୍ସପ୍ରେସର କିଛି ଲୋକ ଟ୍ରେନରେ ନିଆଁ ଲାଗି ଯାଇଥିବା ଆଶଙ୍କା କରି ଟ୍ରାକୁ ଡେଇଁ ପଡ଼ିଥିଲେ