ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା LPG ସିଲିଣ୍ଡର ଟ୍ରକ୍। ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର ଓ ହେଲପର। ଗଞ୍ଜାମ ଜିଲ୍ଲା ଏନ୍ଏଚ୍ ୧୬ ପୁଇଁତଳା ଛକରେ ଏହି ଦୁର୍ଘଟଣା ଘଟିଛି।
ଆଜି ସକାଳେ LPG ସିଲିଣ୍ଡର ଟ୍ରକଟି ଗାଡ଼ିଟି ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ହଠାତ୍ ଗାଡ଼ିରେ ଅଚାନକ ନିଆଁ ଲାଗିଯାଇଥିଲା। ନିଆଁ ଲାଗିଥିବା ଡ୍ରାଇଭର ଜାଣି ପାରି ଗାଡ଼ିଟିକୁ ସେଠାରେ ଅଟକାଇବା ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଛତ୍ରପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
Also Read
ନିଆଁରେ ଟ୍ରକ୍ର ଇଞ୍ଜିନ ସମ୍ପୂର୍ଣ୍ଣ ଭାବରେ ଜଳିଯାଇଥିଲା। ତେବେ ଟ୍ରକର ଡାଲା ପଟେ ନିଆଁ ଲାଗି ନ ଥିବା ଯୋଗୁ ଏକ ବଡ଼ ଦୁର୍ଘଟଣା ଟଳି ଯାଇଥିଲା। ତେବେ ଟ୍ରକ୍ରେ କିପରି ନିଆଁ ଲାଗିଲା, ତାର କାରଣ ଜଣାପଡ଼ି ନାହିଁ। ସର୍ଟସର୍କିଟରୁ ନିଆଁ ଲାଗିଥବା ସନ୍ଦେହ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ନିଆଁ ଗୁଜବ ପରେ ଗୋଟିଏ ଟ୍ରେନରୁ ଡେଇଁଲେ, ଆଉ ଗୋଟିଏ ଟ୍ରେନ ନେଇ ଗଲା ୧୧ ଜୀବନ
ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍କମ ଏକ୍ସପ୍ରେସର କିଛି ଲୋକ ଟ୍ରେନରେ ନିଆଁ ଲାଗି ଯାଇଥିବା ଆଶଙ୍କା କରି ଟ୍ରାକୁ ଡେଇଁ ପଡ଼ିଥିଲେ
Accident
ବୁଡ଼ ପକାଇବାକୁ ଯିବା ବେଳେ ଓଲଟିଲା ଡାଲା ଅଟୋ; ୧୩ ଆହତ
ଆଜି ସକାଳେ ଡେଙ୍ଗାଡି ଗାଁର ୧୫ ଜଣ ଏକ ଡାଲା ଅଟୋରେ ବୁଡ଼ ପକାଇବା ପାଇଁ ଆସିକା ଦୋ ମୁହାଣୀକୁ ଯାଉଥିଲେ।