Advertisment

ଓଲଟିଲା ପୋଲିଂ ପାର୍ଟିକୁ ନେଇ ଯାଉଥିବା ମିନି ବସ୍

ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ଅନୁଷ୍ଠିତ ହେଉଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ।

author-image
Jitendra Garnayak
ଅଦ୍ୟତନ ହୋଇଛି
Bus

Bus

ଓଲଟିଲା ପୋଲିଂ ପାର୍ଟିକୁ ନେଇ ଯାଉଥିବା ମିନି ବସ୍। ଏଥିରେ ୨ ଜଣ ସାମାନ୍ୟ ଆହତ ହୋଇଛନ୍ତି। ଘଟଣାଟି ଘଟିଛି ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ପିତାତଳି ନିକଟରେ। 

Advertisment

ମେ’ ୧୩ ତାରିଖରେ ଓଡ଼ିଶାରେ ଅନୁଷ୍ଠିତ ହେଉଛି ପ୍ରଥମ ପର୍ଯ୍ୟାୟ ମତଦାନ। କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହି ସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଭୋଟ୍‌ ଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ୪ଟି ଯାକ ସଂସଦୀୟ କ୍ଷେତ୍ର ଅଧୀନରେ ମୋଟ ୬୨,୮୭,୨୨୨ ଜଣ ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୩୦,୯୭,୫୨୭ ଜଣ ପୁରୁଷ, ୩୧,୮୯,୦୬୦ ଜଣ ମହିଳା ଓ ୬୩୫ ଜଣ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି। ପୁରୁଷ ଭୋଟରଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି।