Advertisment

ରାଜଧାନୀ ମୁକୁଳା ଡ୍ରେନ୍‌ ନେଲା ନାବାଳକଙ୍କ ଜୀବନ

ଆଜି ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା। ସେହି ସମୟରେ ଲକ୍ଷ୍ମୀସାଗର ୟୁନିଟ-୩ ମସଜିଦ୍‌ କଲୋନୀର ଏସ୍‌କେ ରାଜେଶ୍‌ ଓ ତାଙ୍କ ସାଥୀମାନେ ଡ୍ରେନ୍‌ ପାଖରେ ଖେଳୁଥିଲେ।

ଅଦ୍ୟତନ ହୋଇଛି
Child

Child

Advertisment

ରାଜଧାନୀ ଭୁବନେଶ୍ୱରରେ ମୁକୁଳା ଡ୍ରେନ୍‌ରେ ଭାସି ଯାଇଥିବା ପିଲାର ମୃତ୍ୟୁ ଘଟିଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ମେୟର ସୁଲୋଚନା ଦାସ ଏନେଇ ଘୋଷଣା କରିଛନ୍ତି। ମୃତ ଘୋଷଣା ପରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଶୋକର ଛାୟା ଖେଳି ଯାଇଛି। କାନ୍ଦ ବୋବାଳିରେ ଫାଟି ପଡ଼ୁଛି ପରିବେଶ। ମୃତ ପିଲାର ନାଁ ଏସ୍‌କେ ରାଜେଶ୍‌। ତାଙ୍କ ଘର ଲକ୍ଷ୍ମୀସାଗର ୟୁନିଟ-୩ ମସଜିଦ୍‌ କଲୋନୀରେ।

Advertisment

ଆଜି ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା। ସେହି ସମୟରେ ଲକ୍ଷ୍ମୀସାଗର ୟୁନିଟ-୩ ମସଜିଦ୍‌ କଲୋନୀର ଏସ୍‌କେ ରାଜେଶ୍‌ ଓ ତାଙ୍କ ସାଥୀମାନେ ଡ୍ରେନ୍‌ ପାଖରେ ଖେଳୁଥିଲେ। ପ୍ରାୟ ସାଢ଼େ ୨ଟାରେ ମୁକୁଳା ଡ୍ରେନ୍‌ରେ ବେଲୁନ୍‌ ଭାସି ଭାସି ଯାଉଥିଲା। ସେହି ବେଲ୍‌ନକୁ ଆଣିବା ପାଇଁ ଏସ୍‌କେ ରାଜେଶ୍‌ ଓ ତାଙ୍କର କିଛି ସାଥୀମାନେ ଡ୍ରେନ୍‌ ଭିତରକୁ ଯାଇଥିଲା। ବେଲୁନ୍‌ ଆଣୁଥିବା ବେଳେ ପ୍ରବଳ ବେଗରେ ଆସୁଥିବା ବର୍ଷା ପାଣିରେ ଭାସି ଯାଇଥିଲେ ଏସ୍‌କେ ରାଜେଶ୍‌। ତାଙ୍କ ସାଥୀମାନେ ବର୍ତ୍ତି ଯାଇଥିଲେ। ସେମାନେ ଚିତ୍କାର କରିବାରୁ ସାହି ଲୋକେ ଉଦ୍ଧାର ପାଇଁ ଡ୍ରେନ୍‌ ଭିତରେ ପଶିଥିଲେ। ଭାସି ଯାଇଥିବା ପିଲାର ବୟସ ୧୦ରୁ ୧୧ ବର୍ଷ ହେବ।

ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ମୁକୁଳା ଡ୍ରେନ୍‌ ପାଖରେ ପହଞ୍ଚି ଥିଲେ। ପିଲାକୁ ଉଦ୍ଧାର କରିବା ପାଇଁ ଯାଇଥିଲେ। ପ୍ରାୟ ଘଣ୍ଟାଏ ପରେ ଡ୍ରେନ୍‌ର ଓଷ୍କାର ସିଟି ପାଖରୁ ଚେତାଶୂନ୍ୟ ଅବସ୍ଥାରେ ରାଜେଶଙ୍କୁ ଉଦ୍ଧାର କରିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। କ୍ୟାପିଟାଲ୍‌ ମେଡ଼ିକାଲ୍‌ କର୍ତ୍ତୃପକ୍ଷ ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏହା ପରେ ମେଡ଼ିକାଲ୍‌ରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। କାନ୍ଦ ବୋବାଳିରେ ପାଟିପଡ଼ୁଛି ମେଡ଼ିକାଲ୍‌ ପରିବେଶ। ଖବର ପାଇ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ପହଞ୍ଚିଛନ୍ତି ବିଏମ୍‌ସି ମେୟର ସୁଲୋଚନା ଦାସ ଓ କାଉନ୍‌ସିଲର।

Advertisment

ଡ୍ରେନ୍‌ରେ ଭାସି ନାବାଳକର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତ ରାଜେଶଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ମୃତ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Bhubaneswar Bhubaneswar News
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe