ଅଳଙ୍କାର ଦୋକାନ ଉପରେ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ ଘଟିଛି। ବଲାଙ୍ଗିର ଟାଉନ ଥାନା ପାଟଣା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ସିକ୍ୟୁରିଟି ଗାର୍ଡ ଜଣଙ୍କ ହେଲେ ସିଦ୍ଧାର୍ଥ ପ୍ରଧାନ।
ଗତକାଲି ବିଳମ୍ବିତ ରାତିରେ ସିଦ୍ଧାର୍ଥ ଅଳଙ୍କାର ଦୋକାନ ସମ୍ମୁଖରେ ଡ୍ୟୁଟି କରୁଥିଲେ। ଏହି ସମୟରେ ଏକ ଟ୍ରକ୍ ଆସି ସିଦ୍ଧାର୍ଥଙ୍କ ଉପରେ ମାଡ଼ି ଯାଇଥିଲା। ପରେ ଦୋକାନ ଉପରେ ଚଢ଼ିଯାଇଥିଲା। ସେଠାରେ ଥିବା ସ୍ଥାନୀୟ ଲୋକେ ସିଦ୍ଧାର୍ଥଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଣି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
Also Read
ପୁଲିସ ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି। ଟ୍ରକ୍ ଡ୍ରାଇଭର ଜଣଙ୍କ ନିଶାସକ୍ତ ଅବସ୍ଥାରେ ଏହି ଦୁର୍ଘଟଣା ଘଟାଇଥିବା କୁହାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ନିଆଁ ଗୁଜବ ପରେ ଗୋଟିଏ ଟ୍ରେନରୁ ଡେଇଁଲେ, ଆଉ ଗୋଟିଏ ଟ୍ରେନ ନେଇ ଗଲା ୧୧ ଜୀବନ
ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍କମ ଏକ୍ସପ୍ରେସର କିଛି ଲୋକ ଟ୍ରେନରେ ନିଆଁ ଲାଗି ଯାଇଥିବା ଆଶଙ୍କା କରି ଟ୍ରାକୁ ଡେଇଁ ପଡ଼ିଥିଲେ
Accident
ବୁଡ଼ ପକାଇବାକୁ ଯିବା ବେଳେ ଓଲଟିଲା ଡାଲା ଅଟୋ; ୧୩ ଆହତ
ଆଜି ସକାଳେ ଡେଙ୍ଗାଡି ଗାଁର ୧୫ ଜଣ ଏକ ଡାଲା ଅଟୋରେ ବୁଡ଼ ପକାଇବା ପାଇଁ ଆସିକା ଦୋ ମୁହାଣୀକୁ ଯାଉଥିଲେ।