ବାଇକ ଆରୋହୀଙ୍କୁ ଧକ୍କା ଦେଇ ୫୦ ମିଟର ଟାଣିନେଲା ବସ୍। ବବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ଗରସଙ୍ଗ ବଜାର ନିକଟରେ ଏହି ଦୁର୍ଘଟଣା ଘଟିଛି। ବାଇକ ଚାଳକ ସୂର୍ଯ୍ୟକାନ୍ତ ମୁଣ୍ଡାଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ଆଜି ସକାଳେ ଯୁବକ ଜଣଙ୍କୁ କାନରେ ହେଡ଼ ଫୋନ ଦେଇ ବାଇକ ଚଲାଉଥିଲେ। ଏହି ସମୟରେ ବସ୍ଟି ବାଇକ ଆରୋହୀଙ୍କୁ ଧକ୍କା ଦେଇଥିଲା। ପରେ ବସ୍ଟି ବାଇକ ଆରୋହୀଙ୍କୁ 50ମିଟର ଘୋଷାଡ଼ି ନେଇଥିଲା। ଦୁର୍ଘଟଣାରେ ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି।
ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସିମୁଳିଆ ପୁଲିସ ପହଞ୍ଚି ବୁଝାସୁଝା କରିବାପରେ ଉତ୍ତେଜନା ଥମିଥିଲା। ପୁଲିସ ବାଇକ ଓ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ମାମୁ ଘରକୁ ଆସିଥିବା ବେଳେ ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ
ଘରର ଅନ୍ୟ ସଦସ୍ୟଙ୍କ ଅଗୋଚରରେ ଚାନ୍ଦିନୀ ଓ ନନ୍ଦିନୀ ପାଖ ପୋଖରୀ ପାଖକୁ ଚାଲି ଯାଇଥିଲ ଏବଂ ବୁଡ଼ି ଯାଇଥିଲେ ବୋଲି କୁହାଯାଉଛି।

Accident
କାରକୁ ପିଟିଲା କାର: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ
ଭୁବନେଶ୍ୱର ଆସୁଥିବା ବେଳେ ଘଟିଲା ଦୁର୍ଘଟଣା।

National
ବିମାନ ଦୁର୍ଘଟଣା: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ବର୍ତ୍ତମାନ ସୁଦ୍ଧା ୩୨ ଜଣଙ୍କ ଡିଏନ୍ଏ ମ୍ୟାଚ୍ ହୋଇଥିବା ବେଳେ ୧୪ ଜଣଙ୍କ ମୃତଦେହ ହସ୍ତାନ୍ତର କରାଯାଇଛି।

National
ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୭ ମୃତ
ଗତ ମେ’ ୨ ତାରିଖରେ କେଦାରନାଥ ଧାମ ଖୋଲିବା ପରଠାରୁ ଅର୍ଥାତ୍ ଗତ ୬ ସପ୍ତାହ ମଧ୍ୟରେ ଏହା ହେଉଛି ୫ମ ହେଲିକପ୍ଟର ଦୁର୍ଘଟଣା।