ସାପ କାମୁଡାରେ ଚାଲିଗଲା କାଉଡିଆଙ୍କ ଜୀବନ। ଏପରି ଘଟଣା ଘଟିଛି ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବ ପୀଠ ଆରଡ଼ି ନିକଟରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ହିମାଂଶୁ ମାଝି। ତାଙ୍କ ଘର ଧାମନଗର ଥାନା ଅନ୍ତର୍ଗତ ପାଟୁଲିରେ ବୋଲି ଜଣାଯାଇଛି।
ଆଜି ସକାଳେ ହିମାଂଶୁ ଓ ତାଙ୍କର ୩ ଜଣ ସାଙ୍ଗଙ୍କ ସହ ଜଳଲାଗି ପାଇଁ ଆରଡ଼ି ଅଭିମୁଖେ ଯାଉଥିଲେ। ବେତାଳି ଗାଁ ନିକଟ ବୈତରଣୀ ନଦୀ ଘାଟରୁ ପାଣି ଉଠାଇ ଯାଉଥବା ବେଳେ ଆରଡ଼ି ବସଷ୍ଟାଣ୍ଡ ନିକଟରେ ହିମାଂଶୁଙ୍କୁ ସାପ କାମୁଡି ଦେଇଥିଲା
Also Read
ହିମାଂଶୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହିମାଂଶୁଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ମାମୁ ଘରକୁ ଆସିଥିବା ବେଳେ ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ
ଘରର ଅନ୍ୟ ସଦସ୍ୟଙ୍କ ଅଗୋଚରରେ ଚାନ୍ଦିନୀ ଓ ନନ୍ଦିନୀ ପାଖ ପୋଖରୀ ପାଖକୁ ଚାଲି ଯାଇଥିଲ ଏବଂ ବୁଡ଼ି ଯାଇଥିଲେ ବୋଲି କୁହାଯାଉଛି।

Accident
କାରକୁ ପିଟିଲା କାର: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ
ଭୁବନେଶ୍ୱର ଆସୁଥିବା ବେଳେ ଘଟିଲା ଦୁର୍ଘଟଣା।

National
ବିମାନ ଦୁର୍ଘଟଣା: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ବର୍ତ୍ତମାନ ସୁଦ୍ଧା ୩୨ ଜଣଙ୍କ ଡିଏନ୍ଏ ମ୍ୟାଚ୍ ହୋଇଥିବା ବେଳେ ୧୪ ଜଣଙ୍କ ମୃତଦେହ ହସ୍ତାନ୍ତର କରାଯାଇଛି।

National
ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୭ ମୃତ
ଗତ ମେ’ ୨ ତାରିଖରେ କେଦାରନାଥ ଧାମ ଖୋଲିବା ପରଠାରୁ ଅର୍ଥାତ୍ ଗତ ୬ ସପ୍ତାହ ମଧ୍ୟରେ ଏହା ହେଉଛି ୫ମ ହେଲିକପ୍ଟର ଦୁର୍ଘଟଣା।