୨୬ ନଭେମ୍ବର, ଶନିବାର: ବଡପଣିଆ ଦେଖାଇଲେ ଅପଦସ୍ତ ହେବେ

ମେଷ: ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ।  ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ଉନ୍ନତି ହେବ । ବୃଷ:ଶତ୍ରୁମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବା ସହ ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ।  ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ। ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି […]

RASI

RASI

Niharika Rout
  • Published: Saturday, 26 November 2022
  • Updated: 26 November 2022, 07:44 AM IST

Sports

Latest News

ମେଷ: ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ।  ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ଉନ୍ନତି ହେବ ।

ବୃଷ:ଶତ୍ରୁମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବା ସହ ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ।  ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ।

ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନଭଲ ରହିବ।  ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇବେ ।

କର୍କଟ: ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ପୈତୃକ ସମ୍ପତ୍ତି ପାଇଁ ଦୀର୍ଘ ଦିନ ଧରିଥିବା ଚାଲିଥିବା ପାରିବାରିକ ଦ୍ୱନ୍ଦ୍ୱର ସମାଧାନ ହେବ । ଉପରିସ୍ଥ ଅଧିକାରୀ ଆପଣଙ୍କ କାମରେ ପ୍ରସନ୍ନ ରହିବେ। ବିଦେଶ ଯାତ୍ରାର ସୁଯୋଗ ପାଇବେ।

ସିଂହ: ଶିକ୍ଷା କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହେବା ଫଳରେ ଆଶ୍ୱସ୍ତି ଲାଭ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।

କନ୍ୟା: ପାରିବାରିକ ଜୀବନରେ ଶାନ୍ତି ମିଳିବା ସହ ଭାଇ ଭଉଣୀମାନଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରହିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ।

ତୁଳା: ସାମାଜିକ ପତିଆରା ଅମଳିନ ରହିବା ସହ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପା ଭାଜନ ହେବେ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦ ଫଳ ଭୋଗିବାକୁ ପଡିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।

ବିଚ୍ଛା: ଶତ୍ରୁ ନାଶ, ଧନ ପ୍ରାପ୍ତି, ମିତ୍ର ଲାଭ ଓ ଉଚ୍ଚ ସମ୍ମାନ ମିଳିବା ସହ ଶୁଭ ସମ୍ବାଦ ପାଇ ଖୁସି ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ପ୍ରତ୍ତିପତି ଅକ୍ଷୁର୍ଣ୍ଣ ରହିବ।

ଧନୁ: ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବାସହ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ  ।

ମକର: କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲାପଣିଆ ଜାହିର କରିବେ।  ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ। କିନ୍ତୁ ଶତୃ ବୃଦ୍ଧି ହେବା ଯୋଗୁ କର୍ମକ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି।

କୁମ୍ଭ: ସଂଘର୍ଷ ଦ୍ୱାରା ସଫଳତା ମିଳିବ ଓ ପାରିବାରିକ ଜୀବନ ସୁଖମୟ ହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ ।

ମୀନ: ଜମିଜମା ସଙ୍କ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ।  ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହୋଇ ଉଚ୍ଚ ଆଶା ପୂରଣ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos