୨ ଡିସେମ୍ବର, ଶୁକ୍ରବାର: ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ

ମେଷ:  ଜଗି ରଖି ଚଳନ୍ତୁ  । ଭାଇ,ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହୋଇପାରେ   । ଶରୀର ସୁସ୍ଥ ରହିବ, ବକେୟା ଅର୍ଥ ହସ୍ତଗତ ହେବ । ବାଣିଜ୍ୟ,  ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ବୃଷ:  ଯେକୈାଣସି ପରିସ୍ଥିତିରେ ମଧ୍ୟ ଆପଣ ବୁଦ୍ଧିବଳ ଖଟାଇ କାମ ହାସଲ କରିବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କାର୍ଯ୍ୟ କରି ପ୍ରଶଂସିତ ହେବେ  । ଅର୍ଥଲାଭ ଓ ଶୁଭଖବର ପାଇ ମନ ଖୁସି […]

RASI

RASI

Niharika Rout
  • Published: Friday, 02 December 2022
  • Updated: 02 December 2022, 07:33 AM IST

ମେଷ:  ଜଗି ରଖି ଚଳନ୍ତୁ  । ଭାଇ,ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହୋଇପାରେ   । ଶରୀର ସୁସ୍ଥ ରହିବ, ବକେୟା ଅର୍ଥ ହସ୍ତଗତ ହେବ । ବାଣିଜ୍ୟ,  ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

ବୃଷ:  ଯେକୈାଣସି ପରିସ୍ଥିତିରେ ମଧ୍ୟ ଆପଣ ବୁଦ୍ଧିବଳ ଖଟାଇ କାମ ହାସଲ କରିବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କାର୍ଯ୍ୟ କରି ପ୍ରଶଂସିତ ହେବେ  । ଅର୍ଥଲାଭ ଓ ଶୁଭଖବର ପାଇ ମନ ଖୁସି ହୋଇଯିବ ।

ମିଥୁନ:  ସମସ୍ତ କାମରେ ସାହସିକ ପଦେକ୍ଷପ ନେଇ କୃତକାର୍ଯ୍ୟ ହେବେ ।  ପାରିବାରିକ ଜୀବନ ସୁଖପ୍ରଦ ହେବ । କ୍ରୀଡା,ଚଳଚ୍ଚିତ୍ର ଓ କଳା,ସାହିତ୍ୟରେ ଉନ୍ନତି କରିବେ।

କର୍କଟ:  ହସ ଖୁସିରେ ଦିନଟି କାଟିବେ, କୈାଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି । ଆମଦାନୀ, ରପ୍ତାନୀ କାରବାରରେ ଲାଭ ବାନ ହେବେ । ବୁଦ୍ଧି ବିବେକ ଓ ଜ୍ଞାନ ବଳରେ ପୂର୍ବ ସମସ୍ୟାର ସରଳ ସମାଧନ କରିବେ।

ସିଂହ: ଅଟକି ରହିଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ଅପରାହ୍ନରେ କୋଣସି ଶୁଭଖବର ପାଇ ଖୁସି ହେବେ।  ପରିବାରରେ ଭାତୃ ସମ୍ପର୍କ ସୁଦୃଢ ହେବ।

କନ୍ୟା: କର୍ମକ୍ଷେତ୍ରରେ ବାଦ ବିବାଦ ଦେଖାଦେଇପାରେ । ପାରିବାରିକ  ଜୀବନ ସୁଖପ୍ରଦ ହେବ ଜୀବନ ସାଥୀର ସାହାଯ୍ୟ ସହଯୋଗ ପାଇ ମନୋବଳ ସୁଦୃଢ ହେବ।  ଆଇନ ଅଦାଲତରେ ମାମଲାର ବିଚାର ଆପଣଙ୍କ ସପକ୍ଷରେ ଆସିବ ।  ...

ତୁଳା: ମାନସିକ ଚିନ୍ତା, ଶାରୀରିକ ଅସୁସ୍ଥତା ଯୋଗୁଁ ମନ ଭାରାକ୍ରାନ୍ତ ହେବ। କୌଣସି ମାଙ୍ଗଳିକ ବିଷୟରେ ଆଲୋଚନା କରି ଶେଷ ପର୍ଯ୍ୟାୟରେ ପହଞ୍ଚିବେ।  ବ୍ୟବସାୟ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।

ବିଛା: ବହୁ ଦିନର ଆଶା ଅଭିଳାଷ ପୁରଣ ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ, ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ।

ଧନୁ:   ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ଲକ୍ଷ୍ୟ ସ୍ଥଳରେ ପହଁଞ୍ଚିବା ପାଇଁ କେହି ଜଣେ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ।

ମକର:  ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ। ଅପରାହ୍ନରେ କୈାଣସି ଶୁଭ ଖବର ଶୁଣିପାରନ୍ତି। ଆୟ ବୃଦ୍ଧି ଘଟିବ, ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ ।

କୁମ୍ଭ: ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପ୍ରଶଂସିତ ହେବେ।  ବ୍ୟବସାୟ କ୍ଷେତ୍ରରେ  ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ।

ମୀନ:  ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ,ଫଳରେ କାମ ପ୍ରତି ସ୍ପୃହା ରହିବ ନାହିଁ । କର୍ମକ୍ଷେତ୍ରରେ କୈାଣସି ସଠିକ୍ ନିଷ୍ପତି ନେଇ ପାରିବେ ନାହିଁ । ପ୍ରତିବନ୍ଧକ କାରଣରୁ ଶେଷ ସମୟରେ ଯାତ୍ରା ସ୍ଥଗିତ ରହିଯିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos