କେନ୍ଦୁଝର ପୁଲିସ୍ ହାତରେ ଧରାପଡ଼ିଛନ୍ତି ୧୧ ଜଣ ଲୁଟେରା। ସେମାନଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ସେମାନଙ୍କଠାରୁ ୨୫୦୦ ଟଙ୍କା, ଲୁହା ରଡ୍, ଖଣ୍ଡା ଓ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ କରାଯାଇଛି।
ଗତ କିଛି ଦିନ ହେଲା ଏହି ଲୁଟେରା ଦଳ ଝୁମ୍ପୁରା ଥାନା ଅଞ୍ଚଳର ବିଭିନ୍ନ ରାସ୍ତାରେ ଯା’ ଆସ କରୁଥିବା ଗାଡ଼ିଗୁଡ଼ିକୁ ଅଟକାଇ ଲୁଟ୍ କରୁଥିଲେ। ଏପରିକି କେହି ଗାଡ଼ି ନ ଅଟକାଇଲେ ସେମାନେ ଆକ୍ରମଣ କରୁଥିଲେ।
Also Read
ଗତକାଲି ରାତିରେ ସେମାନେ ଝୁମ୍ପୁରା ଥାନା କଟଲପଷି-ଧାତିକା ରାସ୍ତାରେ ଟ୍ରକ ଏବଂ ଅନ୍ୟାନ୍ୟ ଗାଡ଼ି ଚାଳକମାନଙ୍କୁ ଭୟଭୀତ କରି ଲୁଟ୍ ଉଦ୍ୟମ କରୁଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା ପୁଲିସ। ସେଠାରୁ ପୁଲିସ ୧୧ ଜଣଙ୍କୁ ଧରିଥିଲା ଓ ସେମାନଙ୍କଠାରୁ ଟଙ୍କା ଓ ମାରଣାସ୍ତ୍ର ଜବତ କରିଥିଲା। ଆଜି ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।