ଚାନ୍ଦା ଆଦାୟ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଗୋଟିଏ ପରିବାରର ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି ନୟାଗଡ଼ ଟାଉନ ଥାନା ଅନ୍ତର୍ଗତ ଚଣ୍ଡିବସ୍ତ ଗାଁରେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି ଗାଁରେ ଶନି ମନ୍ଦିର ନିର୍ମାଣ ହେବାକୁ ନେଇ ଚାନ୍ଦା ଆଦାୟ କରାଯାଉଥିଲା। ଏହି ଚାନ୍ଦା ଆଦାୟକୁ କେନ୍ଦ୍ର ୨ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ଏହି ବଚସା ଉଗ୍ର ରୂପ ନେଇଥିଲା। ପରେ ଉଭୟ ଗୋଷ୍ଠୀ ମଧ୍ୟରେ ମାରପିଟ ହେବା ସହ ହଣାକଟା ହୋଇଥିଲା। ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଅନ୍ୟ ଗୋଷ୍ଠୀର ୪ ଜଣ ଗୁରୁତର ହୋଇଥିଲେ।
Also Read
ସମସ୍ତ ଆହତଙ୍କୁ ପ୍ରଥମେ ନୟାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ଏହି ଦୁଇ ଗୋଷ୍ଠୀ ମଧ୍ୟରେ ଦୀର୍ଘଦିନ ହେବ ରାଜନୈତିକ ଶତ୍ରୁତା ଲାଗି ରହିଥିବା ସୂଚନା ମିଳିଛି। ଟାଉନ ଥାନା ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।