ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ଜଣେ କନିଷ୍ଠ ଯନ୍ତ୍ରୀ ଅଚେତ ହୋଇଗଲେ। ଆଜି ରାୟଗଡ଼ା ଜିଲ୍ଲାରେ ଦେଖିବାକୁ ମିଳିଛି ଏହି ଘଟଣା।
ଭିଜିଲାନ୍ସ ଜାଲରେ ପଡ଼ିଥିବା ଏହି ଯନ୍ତ୍ରୀଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ସେ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ କାର୍ଯ୍ୟ କରନ୍ତି। ମନରେଗାରେ ହୋଇଥିବା ଏକ କାମର ବିଲ୍ କରିଦେବା ପାଇଁ ସେ ଜଣେ ଠିକାଦାରଙ୍କୁ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ସଂପୃକ୍ତ ଠିକାଦାର ରାୟଗଡ଼ା ଭିଜିଲାନ୍ସକୁ ଜଣାଇଥିଲେ।
Also Read
ଯୋଜନା ପ୍ରକାରେ ଆଜି ଠିକାଦାର ଜଣଙ୍କ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀଙ୍କୁ ୨୫ ହଜାର ଟଙ୍କା ଦେଇଥିଲେ। ଶ୍ରୀ ଚୌଧୁରୀ ରାୟଗଡ଼ା ଡିଏଫଓ କଲୋନୀ ସ୍ଥିତ ନିଜ ବାସଭବନରେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ତାଙ୍କୁ ଧରିଥିଲେ ଭିଜିଲାନ୍ସ କର୍ମଚାରୀ। ସେତେବେଳେ ସେ ବେହୋସ ହୋଇଯାଇଥିଲେ ବୋଲି ଜଣାପଡ଼ିଛି। ସେ ଦେହ ଖରାପ ଅଛି ବୋଲି କହିବାରୁ ତାଙ୍କୁ ଡାକ୍ତରଖାନା ନିଆଯାଇ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ତେବେ ଏହି ଘଟଣା ସଂପର୍କରେ କାହାର ପ୍ରତିକ୍ରିୟା ମିଳିପାରିନାହିଁ।
ରିପୋର୍ଟ- ରାୟଗଡ଼ାରୁ ମାଉଡ଼ି ବାରିକ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦୁର୍ନୀତିଗ୍ରସ୍ତ ପୂର୍ବତନ ଉପଜିଲ୍ଲାପାଳ ପ୍ରଶାନ୍ତଙ୍କୁ ୪ବର୍ଷ ସଶ୍ରମ ଜେଲ୍, ଘରୁ ମିଳିଥିଲା ନଗଦ ୩ କୋଟି ଟଙ୍କା
୨୦୧୮ ନଭେମ୍ବର ୫ ତାରିଖରେ ସମ୍ବଲପୁର ଭିଜିଲାନ୍ସ ଥାନାର ଏକ ମାମଲାରେ ସୁନ୍ଦରଗଡ଼ର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ଆଜି ଶ୍ରୀ ରାଉତଙ୍କୁ ୪ବର୍ଷ ସଶ୍ରମ ଜେଲ୍ ସହ ୫୦ହଜାର ଟଙ୍କା ଜୋରିମାନା ଦଣ୍ଡାଦେଶ ପ୍ରଦାନ କରିଛନ୍ତି ।
Crime
ସଂଗୀତ ନା ସାଂଘାତିକ ମହାବିଦ୍ୟାଳୟ?
ପିଲାମାନଙ୍କଠାରୁ ଧାର୍ଯ୍ୟ ଫି’ଠାରୁ ଅଧିକ ଅର୍ଥ ଆଦାୟ କରାଯିବା, କଲେଜ ଭିତରେ ଅଧ୍ୟାପକମାନେ ମଦ୍ୟପାନ କରିବା ଓ ହଷ୍ଟେଲ ଛାତ୍ରୀଙ୍କୁ ଯୌନ ଶୋଷଣ କରାଯାଉଥିବାର ଅଭିଯୋଗ ଆସିଛି।
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।