ରାତି ଅଧରେ ମନ୍ଦିରରେ ପଶି କଳକନା ବୁଲାଇ ଦେଲେ ଚୋର। ଏନେଇ ମନ୍ଦିର ପୂଜକ ଥାନାରେ ଅଭିଯୋଗ କରିଛନ୍ତି। ଏପରି ଘଟଣା ଘଟିଛି କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ଜୟପୁର ଗାଁରେ ଥିବା ବଣ ବାଆଁରେଇ ମନ୍ଦିରରୁ ଏହି ଚୋରି ହୋଇଛି।
ଗତକାଲି ବିଳମ୍ବିତ ରାତିରେ ଚୋରମାନେ ମନ୍ଦିରର ତାଲା ଭାଙ୍ଗି ମା’ଙ୍କ ଚାନ୍ଦି ମୁକୁଟ, ହାର ଓ ସୁନା ଆଖି ଚୋରି କରି ନେଇଥିଲେ। ଆଜି ସକାଳେ ପୂଜକ ମନ୍ଦିର ଖୋଲିବାକୁ ଆସିବା ବେଳେ ତାଲା ଭଙ୍ଗା ହୋଇଥିବା ଦେଖିବାକୁ ପାଇଥିଲେ।
ଏହାସହ ମନ୍ଦିରର ଜିନିଷପତ୍ର ଏଣେତେଣେ ପଡ଼ିଥିବା ଦେଖିଥିଲେ। ଏନେଇ ସ୍ଥାନୀୟ ଲୋକଙ୍କୁ ଜଣାଇବା ସହ ପୁଲିସକୁ ଖବର ଦେଇଥିଲେ। ପରେ ଏନେଇ ମନ୍ଦିର ପୂଜକ ଥାନାରେ ଅଭିଯୋଗ କରିଥିଲେ। ମା’ଙ୍କ ହୁଣ୍ଡି ବାକ୍ସରୁ ମଧ୍ୟ ଚୋରମାନେ ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି। ଚୋରି ଅଳଙ୍କାରର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଜଣା ପଡିଛି। ବାରଙ୍ଗ ଥାନା ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।