/odisha-reporter/media/post_attachments/uploadimage/library/16_9/16_9_0/IMAGE_1726023316.jpg)
Tension situation
ଗଣେଶ ମୂର୍ତ୍ତି ଭସାଣି ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଆହତ ହୋଇଛନ୍ତି। କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଧୁରୁସିଆ ଗାଁରେ ଏହି ଅଘଟଣ ଘଟିଛି। ଆହତଙ୍କ ମଧ୍ୟରେ ଜଣଙ୍କ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୨ ଜଣ ଘରେ ଚିକିତ୍ସିତ ହେଉଛନ୍ତି। ମୃତକ ଜଣଙ୍କ ନାବାଳକ ବୋଲି ସୂଚନା ରହିଛି।
ଗତକାଲି ବିଳମ୍ବିତ ରାତିରେ ଗୋପାଳ ସାହି ଓ ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣି ହେଉଥିଲା ଏହି ସମୟରେ ଦୁଇ ଗାଁର ପିଲା ମୁହାଁମୁହିଁ ହୋଇଥିଲେ। ପରେ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ଏହି ବଚସା ଉଗ୍ର ରୂପ ନେଇଥିଲା। ଉଭୟ ଗୋଷ୍ଠୀ ମଧ୍ୟରେ ଛୁରା ଓ ଭୁଜାଲି ଆକ୍ରମଣ ହୋଇଥିଲା। ପୁଲିସ ପହଞ୍ଚିବା ପରେ ଉତ୍ତେଜନା ଥମିଥିଲା।
ଦୁଇ ଗୋଷ୍ଠୀ ଗଣ୍ଡଗୋଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ପୁଲିସ ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି। ଏବେ ବି ଗାଁରେ ଚାପା ଉତ୍ତେଜନା ଲାଗି ରହିଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଉପୁଜିବା ପାଇଁ ଗାଁରେ ପୁଲିସ ମୃତୟନ କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
