ପୁଣି ଭାଇରାଲ୍ ହେଲା ଶ୍ରୀମନ୍ଦିର ଭିତର ଫଟୋ। ଏଥର ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ। ଏହାପରେ ସାମ୍ନାକୁ ଆସିଥିଲା ଘଟଣା।
ବାରମ୍ବାର ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଏହାକୁ ନେଇ କଡା ପ୍ରତିକ୍ରିୟା ପ୍ରକାଶ ପାଇଛି। ନିକଟରେ ଗତ ଜାନୁଆରୀ ୫ ତାରିଖ ଦିନ ଶ୍ରୀମନ୍ଦିରେ ଉପରେ ଡ୍ରୋନ ଉଡ଼ିଥିଲା। ଶ୍ରୀମନ୍ଦିର ମେଘନାଦ ପାଚେରୀ, ଦଧିନଉତି, ନୀଳଚକ୍ର ସବୁଠି ଅଟକି ଅଟକି ଭିଡିଓ ଶୁଟ୍ କରିଥିଲା। ଏମିତିକି ବେଶ ତଳକୁ ଓହ୍ଲାଇ ବି ଭିଡିଓ ରେକର୍ଡ କରିଥିବା ଜଣାପଡ଼ିଛି। ଏସବୁକୁ ବାହାରେ ଥିବା ଶ୍ରଦ୍ଧାଳୁ ଦେଖିଥିଲେ ଓ ନିଜ ଫୋନରେ ରେକର୍ଡିଂ ବି କରିଥିଲେ। ପ୍ରାୟ ଅଧଘଣ୍ଟା ଧରି ଡ୍ରୋନ୍ ଉଡ଼ିଲା, ହେଲେ ପୁଲିସ୍ କିମ୍ବା ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ ଏସମ୍ପର୍କରେ ଟିକିଏ ବି ଟେର ପାଇଲେନି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
ପିଇଓଙ୍କଠାରୁ ୮ ଲକ୍ଷରୁ ଊର୍ଦ୍ଧ୍ୱ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଲୁଟ୍
ଲୁଟେରାମାନେ ଫେରାର ମାରିବା ପୂର୍ବରୁ ପିଇଓ ଅର୍ଜୁନ ପାତ୍ରଙ୍କ ବାଇକକୁ ରାସ୍ତା ତଳକୁ ଏକ ଜମି ମଧ୍ୟକୁ ଠେଲି ଦେଇଥିଲେ। ତା’ ସହିତ ସେମାନେ ତାଙ୍କ ମୋବାଇଲ ଫୋନ୍କୁ ଫୋପାଡ଼ି ଦେଇଥିଲେ।

Crime
ମଣ୍ଡିରେ ଅନିୟମିତତା: ୨ ଅଧିକାରୀ ନିଲମ୍ବିତ
ଏହି ଦୁଇ କର୍ମଚାରୀ ମଣ୍ଡି ପରିଚାଳନା ଦାୟିତ୍ୱରେ ଥାଇ ମଧ୍ୟ କାର୍ଯ୍ୟରେ ଅବହେଳା କରି ଆସୁଥିଲେ ବୋଲି ଅଭିଯୋଗ ହୋଇଆସୁଥିଲା।

Crime
ନର୍କ ଯନ୍ତ୍ରଣାରୁ କେମିତି ମୁକୁଳିଲେ ନାବାଳିକା? ଫଟୋରୁ ଫିଟିଲା ଗୁମର
ଏକାଦଶ ଶ୍ରେଣୀରେ ପଢ଼ୁଥିବା ନାବାଳିକାଙ୍କୁ ଅପହରଣ କରି ନିଆଯିବା ପରେ ଆରମ୍ଭ ହୋଇଥିଲା ନିର୍ଯାତନା। ଏପଟେ ଝିଅକୁ ନ ପାଇ ପରିବାର ଲୋକ ପୁଲିସ୍ର ଦ୍ୱାରସ୍ଥ ହେବାରେ ଲାଗିଥିଲେ।

Crime
ରାଗିଂର ଭୟଙ୍କର ଚିତ୍ର: ଗୁପ୍ତାଙ୍ଗରେ ଝୁଲାଉଥିଲେ ଡମ୍ବେଲ୍ସ, ଉଲଗ୍ନ କରି ମାରୁଥିଲେ ମାଡ଼
ଜୁନୟର ଛାତ୍ରଙ୍କୁ କିଛି ସିନିୟର ରାଗିଂ କରିବା ଉଦ୍ଦେଶ୍ୟରେ ସଂପୂର୍ଣ୍ଣ ଉଲଗ୍ନ କରିଛନ୍ତି। ସେମାନଙ୍କ ଗୁପ୍ତାଙ୍ଗରେ ଓଜନ ଦାର ଡମ୍ବେଲ୍ସକୁ ବାନ୍ଧି ଝୁଲାଇଛନ୍ତି। ଜେମୋଟ୍ରୀ ବକ୍ସ କମ୍ପାସରେ ସେମାନଙ୍କୁ ଆଘାତ ଦେବା ସହ ପ୍ରବଳ ମାଡ଼ ମାରିଛନ୍ତି।

Crime
ମଲା ଯାଏ କାହିଁକି ଜେଲ୍ରେ ରହିବେ ‘ଲଭ୍ ଗୁରୁ’?
ତ୍ରିବେଦୀ ପୂର୍ବରୁ ମଧ୍ୟ ୨ ଜଣ ଛାତ୍ରୀଙ୍କୁ ନିଜ ସହ ଭଗେଇ ନେଇଯିବା ସହ ଦୁଷ୍କର୍ମ କରିଥିଲେ। ସେ ଜଣେ ନିୟମିତ ଅପରାଧୀ ହୋଇଥିବାରୁ ଗୁଜରାଟର ସ୍ୱତନ୍ତ୍ର ସିବିଆଇ କୋର୍ଟ ତାଙ୍କୁ ମଲା ଯାଏ ଜେଲରେ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।