ବାରିପଦା ମଣ୍ଡଳ କାରାଗାରରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ କଏଦୀଙ୍କ ନାଁ ରବି ସିଂ। ତାଙ୍କୁ ୨୧ ବର୍ଷ ହୋଇଥିଲା।
ରବିଙ୍କ ଘର ବାରିପଦା ସଦର ଥାନା ଅନ୍ତର୍ଗତ ମହୁଲିଆ ଗାଁରେ। ସେ ଗତ ୨୦ ତାରିଖରେ ଗିରଫ ହୋଇ ବାରିପଦା ମଣ୍ଡଳ କାରାଗାରକୁ ଆସିଥିଲେ। ବେଆଇନ ମଦ କାରବାର ମାମଲାରେ ସେ ଗିରଫ ହୋଇଥିଲେ।
Also Read
ଗତକାଲି ସନ୍ଧ୍ୟାରେ ରବି ଜେଲ୍ରେ ଲୁହା ରେଲିଂ କବାଟରେ ଗାମୁଛା ବାନ୍ଧି ଝୁଲି ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବାରିପଦା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କର ମୃତ ଘୋଷଣା କରିଥିଲେ।
ଜେଲ୍ କର୍ତ୍ତୃପକ୍ଷଙ୍କ କହିବା ମୁତାବକ ରବି ସିଂ ଜେଲ୍ ଆସିବା ଦିନଠାରୁ ଚିନ୍ତିତ ରହୁଥିଲେ। ଏନେଇ ତାଙ୍କର ଚିକିତ୍ସା ମଧ୍ୟ କରାଯାଉଥିଲା।
ବାରିପଦାରୁ ମାନିକ୍ ଲାଲ୍ ପାଣିଙ୍କ ରିପୋର୍ଟ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୨୪ ବର୍ଷୀୟ ଯୁବତୀଙ୍କୁ ଫାଶୀ ଦଣ୍ଡ, ପ୍ରେମିକଙ୍କୁ ଘରକୁ ଡାକି କରିଥିଲେ ଏମିତି କାମ
ପ୍ରେମିକଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ପ୍ରେମିକାଙ୍କୁ ଆଜି କୋର୍ଟ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ମାତ୍ର ୨୪ ବର୍ଷ ବୟସରେ ଜଣେ ଯୁବତୀ ଫାଶୀ ଦଣ୍ଡରେ ଦଣ୍ଡିତ ହେବା ଭାରତରେ ମଧ୍ୟ ପ୍ରଥମ ଘଟଣା ହୋଇଛି।
Crime
ଦୁର୍ନୀତିଗ୍ରସ୍ତ ପୂର୍ବତନ ଉପଜିଲ୍ଲାପାଳ ପ୍ରଶାନ୍ତଙ୍କୁ ୪ବର୍ଷ ସଶ୍ରମ ଜେଲ୍, ଘରୁ ମିଳିଥିଲା ନଗଦ ୩ କୋଟି ଟଙ୍କା
୨୦୧୮ ନଭେମ୍ବର ୫ ତାରିଖରେ ସମ୍ବଲପୁର ଭିଜିଲାନ୍ସ ଥାନାର ଏକ ମାମଲାରେ ସୁନ୍ଦରଗଡ଼ର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ଆଜି ଶ୍ରୀ ରାଉତଙ୍କୁ ୪ବର୍ଷ ସଶ୍ରମ ଜେଲ୍ ସହ ୫୦ହଜାର ଟଙ୍କା ଜୋରିମାନା ଦଣ୍ଡାଦେଶ ପ୍ରଦାନ କରିଛନ୍ତି ।
Crime
ସଂଗୀତ ନା ସାଂଘାତିକ ମହାବିଦ୍ୟାଳୟ?
ପିଲାମାନଙ୍କଠାରୁ ଧାର୍ଯ୍ୟ ଫି’ଠାରୁ ଅଧିକ ଅର୍ଥ ଆଦାୟ କରାଯିବା, କଲେଜ ଭିତରେ ଅଧ୍ୟାପକମାନେ ମଦ୍ୟପାନ କରିବା ଓ ହଷ୍ଟେଲ ଛାତ୍ରୀଙ୍କୁ ଯୌନ ଶୋଷଣ କରାଯାଉଥିବାର ଅଭିଯୋଗ ଆସିଛି।
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।