ପୁଅକୁ ଟ୍ୟୁସନ ନେଇ ଫେରିବା ବେଳେ ବାପାକୁ ଛୁରାମାଡ଼ କଲେ ଦୁର୍ବୃତ୍ତ। ବୌଦ୍ଧ ଟାଉନ୍ ଥାନା ସୁଦସାହିରେ ଏହି ଘଟଣା ଘଟିଛି। ଆହତ ସରୋଜ ପଟ୍ଟନାୟକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଅଭିଯୋଗ ଅନୁସାରେ, ବଢ଼ିଗା ଗାଁର ସରୋଜ ସବୁଦିନ ପୁଅକୁ ଟ୍ୟୁସନରୁ ନେଇ ଯାଆନ୍ତି। ଗତକାଲି ମଧ୍ୟ ପୁଅର ଟ୍ୟୁସନ ସରିବା ପରେ ତାକୁ ଧରି ଘରକୁ ଫେରିବା ପାଇଁ ବାଇକ ଷ୍ଟାର୍ଟ କରୁଥିଲେ। ଏହି ସମୟରେ କିଛି ଦୁର୍ବୃତ୍ତ ଆସି ତାଙ୍କୁ ପଛପଟୁ ଛୁରାମାଡ଼ କରି ଚମ୍ପଟ ମାରିଥିଲେ।
ସ୍ଥାନୀୟ ଲୋକେ ସରୋଜଙ୍କୁ ଉଦ୍ଧାର କରି ବୌଦ୍ଧ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ କିଏ ଓ କାହିଁକି ସରୋଜଙ୍କୁ ଆକ୍ରମଣ କଲେ ତାହା ଅସ୍ପଷ୍ଟ ରହିଛି। ପୂର୍ବ ଶତ୍ରୁତା ନା ଅନ୍ୟ କିଛି କାରଣ ରହିଛି ତାହା ଜଣା ପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।