Advertisment

ଆଜି କାଳିଆ ଓ ବଳିଆଙ୍କୁ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା

ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଲାଗି କରାଇବେ।

author-image
Tapaswini Nayak
jagannath

jagannath

ଆଜି ଶ୍ରୀମନ୍ଦିରରେ ପାଳନ ହେବ ପବିତ୍ର ଗହ୍ମା ପୂର୍ଣ୍ଣିମା। ବଡ଼ ଭାଇ ବଳଭଦ୍ର, ମହାପ୍ରଭୁ ଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଗତକାଲି ବିଭିନ୍ନ ସ୍ଥାନରେ ରକ୍ଷାବନ୍ଧନ ଅନୁଷ୍ଠିତ ହୋଇଥିଲେ ବି ବିଷ୍ଟି ଯୋଗ ପଡିଥିବାରୁ ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ନୀତି ଆଜି ପାଳନ କରାଯିବ।

Advertisment

ଶ୍ରୀମନ୍ଦିରରେ ଉଦୟ ପର୍ବ ଅନୁସାରେ ନୀତି ପାଳନ ହେବ। ମଧ୍ୟାହ୍ନ ଧୂପ ପରେ ଭଉଣୀ ସୁଭଦ୍ରା ଦୁଇଭାଇ ମହାପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇବେ। ସକାଳ ଧୂପ, ଭୋଗମଣ୍ଡପ ଶେଷ ପରେ ମଇଲମ, ମହାସ୍ନାନ, ଘଣ୍ଟ ଛତା ସର୍ବାଙ୍ଗ ବେଶ ଶେଷ ପରେ ରକ୍ଷାବନ୍ଧନ ନୀତି ଅନୁଷ୍ଠିତ ହେବ।

ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଲାଗି କରାଇବେ। ସେହିପରି ଆଜି ଶ୍ରୀମନ୍ଦିରରେ ମଧ୍ୟ ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବାସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିବେ।

Advertisment
Puri Shreemandir Puri