ନୂଆଦିଲ୍ଲୀର ଲଜପତଭବନ ଅଡିଟୋରିୟମରେ ପାଳିତ ହୋଇଯାଇଛି ପଞ୍ଜାବ କେଶରୀ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି। ଲୋକସେବକ ମଣ୍ଡଳ ପକ୍ଷରୁ ଆଯୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଦିଲ୍ଲୀ ନିର୍ବାଚନ ପ୍ରଭାରୀ ସାଂସଦ ବୈଜୟନ୍ତ ପଣ୍ଡା। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଲାଲା ଲଜପତ ରାୟଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ବୈଜୟନ୍ତ।
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା। ଏହା ସହିତ ଓଡ଼ିଶାରେ ବନ୍ୟା,ବାତ୍ୟା ସମୟରେ ଲୋକସେବକ ମଣ୍ଡଳର କାର୍ଯ୍ୟକୁ ସେ ପ୍ରଶଂସା କରିଥିଲେ।
Also Read
ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବନ୍ଦେ ମାତରମ୍ ଗାନ କରାଯିବା ସହ ଲାଲା ଲଜପତ ରାୟଙ୍କ ଜୀବନୀକୁ ନେଇ ବକ୍ତୃତା କାର୍ଯ୍ୟକ୍ରମ ରଖାଯାଇଥିଲା। ପରେ ଏ ମେରେ ୱତନ କି ଲୋଗୋ ଗୀତରେ ଛାତ୍ରଛାତ୍ରୀମାନେ ନୃତ୍ୟ ପରିବେଷଣ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଏଥର ଝଲସିବ ‘ସ୍ୱର୍ଣ୍ଣିମ ଭାରତ,ସମୃଦ୍ଧ ଓଡ଼ିଶା’ର ପ୍ରଜ୍ଞାପନ ମେଢ଼, କିଏ କେଉଁଠି କରିବେ ପତାକା ଉତ୍ତୋଳନ,କାହାକୁ ମିଳିବ ପଦକ
ଗୃହ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଚଳିତଥର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ମହାତ୍ମା ଗାନ୍ଧି ମାର୍ଗରେ ପାଳନ କରାଯିବ । ଏଥିରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସକାଳ ସାଢ଼େ ୮ଟାରେ ପତାକା ଉତ୍ତୋଳନ କରିବେ ।
Events & Festivals
ଆଜି ମକର ସଂକ୍ରାନ୍ତି, ମକର ଚୌରାଅଶି ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ପବିତ୍ର ମକର ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି। ଆଜି ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତି ମକରଚୌରାଶୀ ବେଶରେ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି
Events & Festivals
ମହାକୁମ୍ଭର ଶୁଭାରମ୍ଭ: ଦିନକରେ ଦେଢ଼ କୋଟିରୁ ଅଧିକ ଶ୍ରଦ୍ଧାଳୁଙ୍କ ଅମୃତ ସ୍ନାନ
ଖାଲି ସନାତନୀ ହିନ୍ଦୁ ନୁହଁନ୍ତି, ବହୁ ବିଦେଶୀ ମଧ୍ୟ ସଂଗମରେ ସ୍ନାନ କରି ପାଇଛନ୍ତି ଅନନ୍ୟ ଅନୁଭବ। ଖାତିର ନଥିଲା ହାଡ଼ଭଙ୍ଗା ଶୀତ ରାତିକୁ, ଖାତିର ନଥିଲା ମାଇଲ ମାଇଲ ବାଟ ଚାଲିବାର ପାଦ ଯନ୍ତ୍ରଣାକୁ।
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।