ଶ୍ରାବଣ ଶୁକ୍ଳପକ୍ଷ ପ୍ରତିପ୍ରଦା ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଖସାପଡ଼ା ନୀତି। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ କରିବେ। ଦାରୁଦିଅଁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରୁ ଖସାପଡ଼ା ନୀତି ଅନ୍ୟତମ। ତେଣୁ ଏହି ନୀତି ନିମନ୍ତେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି।
ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହେବା ପରେ ମଇଲମ ନୀତି ଅନୁଷ୍ଠିତ ହେବ। ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରକୁ ବିଜେ କରିବେ। ପରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ।
Also Read
ଏହା ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ନୀତି ଶେଷ କରି ଦଇତାପତିମାନେ ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ହେବ। ପରେ ମହାପ୍ରଭୁଙ୍କ ମଇଲମ ବେଶ ଓ ସନ୍ଧ୍ୟା ଆଳତି ବଢ଼ି ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ମା’ ମାଣିକେଶ୍ୱରୀଙ୍କ ପାଖେ ଲାଗି ହେବ ନବାନ୍ନ
ନୂଆଖାଇ ପାଇଁ ମା' ମାଣିକେଶ୍ୱରୀଙ୍କ ପୀଠରେ ସ୍ୱତନ୍ତ୍ର ନୀତିକାନ୍ତି କରାଯାଇଛି। ସକାଳୁ ସକାଳୁ ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ଭିଡ଼ ଜମିଛି।
Events & Festivals
ଆତ୍ମହତ୍ୟା ନିରୋଧ ଦିବସ: ମନକୁ କିପରି ଫୁର୍ତ୍ତି ରଖିବେ, ଜାଣନ୍ତୁ
ଆତ୍ମହତ୍ୟା କେବଳ ଜଣେ ବ୍ୟକ୍ତିର ଜୀବନ ନେଇଯାଏନି କି ପରିବାରକୁ ଶୋକସନ୍ତପ୍ତ କରିଦିଏନି, ବରଂ ଏକ ସୁସ୍ଥ ସମାଜ ଉପରେ କୁପ୍ରଭାବ ପକାଏ।
Events & Festivals
ପଶ୍ଚିମ ଓଡ଼ିଶା ଉତ୍ସବମୁଖର; ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି
ପୂର୍ବ ନିର୍ଦ୍ଧାରିତ ସମୟରେ ସମ୍ବଲପୁରର ମା’ ସମଲେଶ୍ୱରୀ ଓ ବଲାଙ୍ଗିରର ମାଆ ପାଟଣେଶ୍ୱରୀଙ୍କ ନିକଟରେ ଲାଗି ହୋଇଛି ନବାନ୍ନ ।
Events & Festivals
ଆଜି ନୂଆଁଖାଇ, ମା’ ସମଲେଶ୍ୱରୀଙ୍କଠାରେ ଲାଗି ହେବ ନବାନ୍ନ
ଆଜି ନୂଆଁଖାଇ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ଗାଁଠୁ ସହର। ଅଧିଷ୍ଠାତ୍ରୀ ଦେବୀଙ୍କ ପାଖରେ ନୂଆଁ ଖାଦ୍ୟ ଲଗାଇବା ପରେ, ପରିବାର ସହ ଏକାଠି ବସିବେ ସମସ୍ତେ।
Events & Festivals
ଆଜି ପୂଜା ପାଇବେ ଗଜାନନ, ସବୁଠି ଉତ୍ସାହ ଉଦ୍ଦିପନା
ଭାଦ୍ରବ ଶୁକ୍ଳ ଚତୁର୍ଥୀ, ଆଜି ହେଉଛି ଗଣେଶ ଚତୁର୍ଥୀ। ଗଜାନନଙ୍କ ପୂଜା ପାଇଁ ଗାଁଠୁ ସହର ସବୁଠି ଉତ୍ସାହ ଉଦ୍ଦିପନା।