Advertisment

ଆଜି ପବିତ୍ର ରାମ ନବମୀ; ଚଳଚଞ୍ଚଳ ଭଦ୍ରକ ସହର

ଭଦ୍ରକ ସହରର ବିଭିନ୍ନ ସ୍ଥାନରେ ପୁଲିସ ପକ୍ଷରୁ ପେଟ୍ରୋଲିଂକୁ ଜୋରଦାର କରାଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Rama Navami

Rama Navami

ଆଜି ପବିତ୍ର ରାମ ନବମୀ। ସବୁଠି ଶୁଭୁଛି ରାମ ନାମ । ଜୟ ଶ୍ରୀରାମ ଧ୍ୱନୀରେ ଉତ୍ସବ ମୁଖର ହୋଇଛି ଗାଁଠୁ ସହର। ଏହି ପବିତ୍ର ଦିନରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କର ସବୁଠି ଚାଲିଛି ପୂଜା ଆରାଧନା। 

Advertisment

ରାମ ନବମୀ ପାଇଁ ଚଳଚଞ୍ଚଳ ଭଦ୍ରକ। ସଂପୂର୍ଣ୍ଣ ଗେରୁଆମୟ ହୋଇଉଠିଛି ଅଞ୍ଚଳ, ଜୟ ଶ୍ରୀରାମ ଧ୍ୱନୀରେ କମ୍ପୁଛି ଗାଁ ଦାଣ୍ଡ। ସହର ଠାରୁ ପୁରପଲ୍ଲୀ ଯାଏ ସବୁଆଡେ ଉତ୍ସବମୁଖର ପରିବେଶ। ଗାନ୍ଧି ପଡିଆରେ ପୂଜା ପାଠ ସହ ଯଜ୍ଞ ଓ ହନୁମାନ ଚାଳିଶା ପାଠ ହେଉଛି। ଆଜି ଅପରାହ୍ନ ୪ଟାରେ ବାହାରିବ ନଗରସଂକୀର୍ତ୍ତନ। ୮୨ଟିରୁ ଅଧିକ ପ୍ରଜ୍ଞାପନ ମେଢ ସାହିବସ୍ତିରୁ ବାହାରିବ। ଏଥିପାଇଁ ଭଦ୍ରକ ସହରର ବିଭିନ୍ନ ସ୍ଥାନରେ ପୁଲିସ ପକ୍ଷରୁ ପେଟ୍ରୋଲିଂକୁ ଜୋରଦାର କରାଯାଇଛି।

ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ପେଟ୍ରୋଲିଂ ସହ ପୁଲିସ ଭ୍ୟାନ ସ୍ଥାନରେ ବୁଲି ଯାଞ୍ଚ କରୁଛି। ଏହାସହ ପୁଲିସ ପକ୍ଷରୁ ସାମାଜିକ ଗଣମାଧ୍ୟମ ଉପରେ କଡ଼ା ନଜର ରଖିଛି ଭଦ୍ରକ ପୁଲିସ। ସହର ସୁରକ୍ଷା ସହ ରାମ ନବମୀକୁ ଦୃଷ୍ଟିରେ ରଖି ଭଦ୍ରକ ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚରେ କରାଯାଇଛି। ସେହିପରି ଭୁବନେଶ୍ୱର ରାମ ମନ୍ଦିରରେ ମଧ୍ୟ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।  

Advertisment
Bhadrak