ରଥାରୁଢ଼ ହେଲେ ଚତୁର୍ଦ୍ଧା ମୂର୍ତ୍ତି, ନୀଳକନ୍ଦରକୁ ଫେରିବେ ମହାପ୍ରଭୁ

ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ସଅଳ ଚାଲିଛି। ନିର୍ଦ୍ଧାରିତ ସମୟର ୪ ଘଣ୍ଟା ଆଗରୁ ବାହୁଡ଼ା ପହଣ୍ଡି ଆରମ୍ଭ ହୋଇଥିଲା।

ratha jatra PhotoOR

କାଳିଆଠାକୁରଙ୍କୁ ପହଣ୍ଡିରେ ନେବା ବେଳର ଦୃଶ୍ୟ

Tapaswini Nayak
  • Published: Wednesday, 28 June 2023
  • Updated: 28 June 2023, 10:55 AM IST

ଶେଷ ହେଲା ତିନି ଠାକୁରଙ୍କ ପହଣ୍ଡି ବିଜେ। ତିନି ରଥରେ ରଥାରୁଢ଼ ହୋଇଛନ୍ତି ତିନି ଠାକୁର। ଦେବଦଳନରେ ସୁଭଦ୍ରା, ତାଳଧ୍ୱଜରେ ବଳଭଦ୍ର ଓ ନନ୍ଦିଘୋଷ ରଥରେ ପ୍ରଭୁ ଶ୍ରୀଜଗନ୍ନାଥ ରଥାରୁଢ଼ ହୋଇଛନ୍ତି।

ଧାଡ଼ି ପହଣ୍ଡିରେ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଗୁଣ୍ଡିଚା ମନ୍ଦିରରୁ ଆସିଥିଲେ ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ସୁଦର୍ଶନ ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥାରୂଢ଼ ହେବା ପରେ ଶ୍ରୀବଳଭଦ୍ର ଓ ପରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ। ରଥ  ଉପରେ ଚତୁର୍ଦ୍ଧାମୂର୍ତ୍ତି ଅନ୍ୟାନ୍ୟ ନୀତିକାନ୍ତି ଶେଷ ହେବା ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଆସି ଛେରା ପହଁରା କରିବେ। ତା’ପରେ ଆରମ୍ଭ ହେବ ରଥ ଟଣା।

Also Read

ଆଜି ମହାପ୍ରଭୁଙ୍କ ବାହୁଡାଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଶ୍ରୀଜିଉ ନୀଳକନ୍ଦରକୁ ଫେରିବେ। ବାହୁଡା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ରହିଛି । ଭକ୍ତଙ୍କ ଗହଳିରେ ଶରଧାବାଲି ଉଛୁଳି ଉଠୁଛି। ଭୋରରୁ ନୀତିକାନ୍ତି ଆରମ୍ଭ ହୋଇଛି ।

ଶ୍ରୀମନ୍ଦିର ପ୍ରଶାସନର ନୀତିନିର୍ଘଣ୍ଟ ଅନୁସାରେ ଭୋର ୪ଟାରୁ ନୀତିକାନ୍ତି ଆରମ୍ଭ ହୋଇଥିଲା। ମଙ୍ଗଳଆଳତି, ମଇଲମ, ତଡ଼ପଲାଗି, ରୋଷହୋମ, ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ବେଶଶେଷ ନୀତି ଶେଷ ହେବା ପରେ ୫ଟା ୪୫ରୁ ୬ଟା ୪୫ ମଧ୍ୟରେ ଗୋପାଳବଲ୍ଲଭ ଓ ସକାଳ ଧୂପ (ଖେଚୁଡ଼ି ଭୋଗ) ନୀତି ସଂପନ୍ନ ହୋଇଥିଲା। ପରେ ସେନାପଟା ଲାଗି ଓ ମଙ୍ଗଳାର୍ପଣ ନୀତି ପରେ ପହଣ୍ଡି ଆରମ୍ଭ ହୋଇଥିଲା।

ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ସଅଳ ଚାଲିଛି। ନିର୍ଦ୍ଧାରିତ ସମୟର ୪ ଘଣ୍ଟା ଆଗରୁ ବାହୁଡ଼ା ପହଣ୍ଡି ଆରମ୍ଭ ହୋଇଥିଲା। ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଗଜପତିଙ୍କ ଛେରାପହଁରା ନୀତି ରହିଥିବାବେଳେ ଅପରାହ୍ନ ୪ଟାରେ ରଥଟଣା ହେବ ବୋଲି ସୂଚନା ମିଳିଛି।

ବାହୁଡ଼ାଯାତ୍ରା ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସେହିପରି ଭକ୍ତଙ୍କ ସୁରକ୍ଷା ଓ ଟ୍ରାଫିକ୍ ବ୍ୟବସ୍ଥା ଉପରେ ପୁଲିସ୍ ପ୍ରଶାସନ ଗୁରୁତ୍ୱ ଦେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story