କାଲିଠୁ ଭିତରକନିକା ବନ୍ଦ, ଆରମ୍ଭ ହେବ ବଉଳା କୁମ୍ଭୀର ଓ ପକ୍ଷୀ ଗଣନା

କୁମ୍ଭୀର ଗଣନାରେ ବନବିଭାଗ ଟିମ୍ ଓ ବିଶେଷଜ୍ଞ ଦଳ ସାମିଲ ରହିବେ ।

ଭିତରକନିକାରେ କୁମ୍ଭୀର ବିଚରଣ କରୁଛି।

  • Published: Thursday, 04 January 2024
  • , Updated: 04 January 2024, 08:58 AM IST

ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆସନ୍ତାକାଲିଠୁ ଭିତରକନିକା ବନ୍ଦ । ଆସନ୍ତାକାଲିଠାରୁ ୧୩ ତାରିଖ ଯାଏଁ ୯ ଦିନ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା।

୫ଟି ରେଞ୍ଜରେ ଗଣନା ଚାଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ । କୁମ୍ଭୀର ଗଣନାରେ ବନବିଭାଗ ଟିମ୍ ଓ ବିଶେଷଜ୍ଞ ଦଳ ସାମିଲ ରହିବେ ।

ମହାକାଳପଡ଼ା, ରାଜନଗର, ଗହିରମଥା, କନିଆ ସମେତ ସଂଲଗ୍ନ ନଦୀନାଳ ମାନଙ୍କରେ ମଧ୍ୟ ଗଣନା କରାଯିବ ବୋଲି ଡିଏଫଓ ସୂଚନା ଦେଇଛନ୍ତି ।

ଏନେଇ ରାଜନଗର ଡିଏଫଓ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି, ୯ ତାରିଖରେ କର୍ମଚାରୀଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରହିଛି। ଏହାପରେ ୧୦, ୧୧ ଓ ୧୨ ତାରିଖରେ ଗଣନା କରାଯିବ । ସବୁଜାଗାରେ ଥିବା କୁମ୍ଭୀର ଗଣନା କରିବାକୁ ଯଥାସାଧ୍ୟ ଚେଷ୍ଟା କରାଯିବ ।

Related story