ଜୁନ୍ ୩୦ ଯାଏଁ ଛୁଟି ନେଇ ପାରିବେନି ସରକାରୀ କର୍ମଚାରୀ। ଛୁଟି ଦିନରେ ବି ଜାରି ରହିବ କାର୍ଯ୍ୟ। ଏନେଇ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସୂଚନା ଦିଆଯାଇଛି।
ସାଧାରଣ ପ୍ରଶାସନ ବିଭାଗ ଏସିଏସ୍ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ନୂଆ ସରକାର ଗଠନ ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ। ତେଣୁ ୩୦ ପର୍ଯ୍ୟନ୍ତ କାହାରିକୁ ଛୁଟି ନଦେବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି।
Also Read
ଏଥିସହ ଅଧିକାରୀମାନଙ୍କୁ ହେଡ୍କ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏମିତିକି ସରକାରୀ ଛୁଟି ଦିନରେ ବି ଅନୁପସ୍ଥିତ ନରହିବାକୁ କୁହାଯାଇଛି।କେବଳ ସ୍ୱାସ୍ଥ୍ୟ ସମସ୍ୟା ଥିଲେ ଛୁଟି ମିଳିବ ବୋଲି ଉଲ୍ଲେଖ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Miscellaneous
ବଜ୍ରପାତରେ କଲେଜ ଛାତ୍ରୀଙ୍କ ସମେତ ୪ ମୃତ
ପ୍ରାୟ ସମସ୍ତେ ବିଲକୁ ଯାଇଥିବା ବେଳେ ବଜ୍ରପାତରେ ଜୀବନ ହରାଇଛନ୍ତି।

Miscellaneous
ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ : ଏଫଏମ୍ କଲେଜ ଅଧ୍ୟକ୍ଷ ନିଲମ୍ବିତ, ମହଙ୍ଗା ପଡ଼ିଲା ଅଭିଯୋଗକୁ ଅଣଦେଖା
ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ଦୁଇଟି ଭିନ୍ନ ଭିନ୍ନ ନିର୍ଦ୍ଦେଶନାମା ଅନୁସାରେ, ଏଫଏମ କଲେଜରେ ଜୁଲାଇ ୧୨ତାରିଖ(ଆଜି) ଦୁର୍ଭାଗ୍ୟଜନକ ଘଟଣା ଘଟିଛି । ଏହି କଲେଜ ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷ ଉପଯୁକ୍ତ ଢଙ୍ଗରେ ପରିଚାଳନା କରିପାରିନଥିବା ସରକାର ଅନୁଭବ କରିଛନ୍ତି । ଏପରିକି କଲେଜ ଅଧ୍ୟକ୍ଷ ଭାବେ ନିଜର ଦାୟିତ୍ୱ ମଧ୍ୟ ତୁଲାଇବାରେ ଶ୍ରୀ ଘୋଷ ବିଫଳ ହୋଇଥିବା ଜଣାପଡ଼ିଛି । ତେଣୁ ତାଙ୍କୁ ତୁରନ୍ତ ଚାକିରିରୁ ନିଲମ୍ବନ କରାଯାଇଛି ।

Miscellaneous
ଆସନ୍ତାକାଲିଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ୍
ଡ୍ରାଇଭର୍ ମହାସଂଘର ଆନ୍ଦୋଳନ ଯୋଗୁ ବନ୍ଦ ଥିଲା ବସ୍ ଚଳାଚଳ।

Miscellaneous
ଖବର ବାଜିଲା, ଜିଏ ଉଠିଲା!
ଆଜି ଜିଏ ଓ ବିଡିଏର ଜଏଣ୍ଟ ଏଭିକସନ୍ ସ୍କାଡ୍ ପଟିଆ ଶିଶୁ ବିହାର ଅଂଚଳରେ ପ୍ଲଟ-୪୧୨ରେ କିଟ୍ ଦଖଲରେ ଥିବା ସରକାରୀ ଜମିରୁ ଉଚ୍ଛେଦ ଆରମ୍ଭ କରିଛି। ଏଠାରେ କିଟ୍ ପକ୍ଷରୁ କେତେକ ଛୋଟ ଷ୍ଟୋର ରୁମ୍ କରାଯାଇ ପାଚେରୀ ଘେରାଯାଇଥିଲା। ତା ଭିତରେ ବାଲି ବି ଜମା କରାଯାଇଥିଲା।

Miscellaneous
ଓଡ଼ିଶା ପୁଲିସରେ ଟେଣ୍ଡର ଫିକ୍ସିଂ ଜଳଜଳ: ସନ୍ଦେହଘେରରେ ଗୃହ ବିଭାଗ ଓ ଡିଜିପି ଅଫିସ୍
‘ଉପକୂଳ ସୁରକ୍ଷା ପାଇଁ ଡ୍ରୋନକିଣା’ ହେଉ କି ‘ସିଷ୍ଟମ ଇଣ୍ଟିଗ୍ରେଟର ଚୟନ’ରେ ଟେଣ୍ଡର ପ୍ରକ୍ରିୟା, ସବୁଥିରେ ଅନିୟମିତତା ଜଳଜଳ ଦିଶୁଥିଲେ ମଧ୍ୟ ସମସ୍ତେ ନିରବଦ୍ରଷ୍ଟା ସାଜିଛନ୍ତି ।