Advertisment

ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି।

author-image
Niharika Rout
ଅଦ୍ୟତନ ହୋଇଛି
Biti Hotra Mohanty

Biti Hotra Mohanty

ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି।

Advertisment

ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ର ଦୀର୍ଘ ଦିନ ହେଲା ପାକସ୍ଥଳୀ କ୍ୟାନସର୍‌ରେ ପୀଡ଼ିତ ଥିଲେ। ପ୍ରଥମେ କଟକ ଆଚାର୍ଯ୍ୟ ହରିହର ମେଡିକାଲରେ ସେ ଚିକିତ୍ସିତ ହେଉଥିଲେ। ମାତ୍ର ଅବସ୍ଥା ଗୁରୁତର ହେବାରୁ ଗତ ଦେଢ ମାସ ହେବ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଏମ୍ସରେ ଡାକ୍ତରଙ୍କ ସବୁ ପ୍ରକାର ଚେଷ୍ଟା ସତ୍ତ୍ୱେ ଗତ ରାତିରେ ଆଖି ବୁଜିଛନ୍ତି ବିତ୍ତିହୋତ୍ର ମହାନ୍ତି ।

୨୦୦୬ରେ ପ୍ରଥମେ ଚର୍ଚ୍ଚାକୁ ଆସିଥିଲେ ବିତ୍ତିହୋତ୍ର । ବିତ୍ତିଙ୍କ ନାଁରେ ଜର୍ମାନ ସହପାଠୀ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଆସିଥିଲା । ରାଜସ୍ଥାନ ଅଲୱାରକୁ ବୁଲିବାକୁ ଯାଇଥିବା ବେଳେ ଦୁଷ୍କର୍ମ ଅଭିଯୋଗ ଥିଲା । ଘଟଣାକୁ ନେଇ ବିତ୍ତିଙ୍କୁ ଗିରଫ କରିଥିଲା ରାଜସ୍ଥାନ ପୁଲିସ

Advertisment

ଶୁଣାଣିର ମାତ୍ର ୯ ଦିନ ପରେ ବିତ୍ତିହୋତ୍ରଙ୍କୁ ଦଣ୍ଡାଦେଶ ହୋଇଥିଲା । ବିତ୍ତିହୋତ୍ରଙ୍କୁ ୭ ବର୍ଷ ଜେଲ୍ ସହ ୧୦ ହଜାର ଟଙ୍କା ଜରିମାନା କରିଥିଲେ କୋର୍ଟ। ଜେଲ୍‌ରେ ଥିବା ବେଳେ ମା’ଙ୍କ ଦେହ ଖରାପ ଦର୍ଶାଇ ପାରୋଲରେ ଆସିଥିଲେ ବିତ୍ତିହୋତ୍ର । ଏହାପରେ ସେ ଆଉ ଜେଲ୍‌କୁ ଫେରି ନ ଥିବା ବେଳେ ଫେରାର ହୋଇ ଯାଇଥିଲେ।

ଫେରାର ହେବା ସମୟ ମଧ୍ୟରେ ସେ ନିଜ ନାଁ ରାଘବ ରାଜନକୁ ବଦଳାଇ କେରଳର ଏକ ବ୍ୟାଙ୍କରେ ଚାକିରି କରୁଥିଲେ । ଏହାପରେ ୨୦୧୩ ମସିହାରେ ଧରାପଡ଼ିବା ପରେ ପୂର୍ବ ମାମଲା ସହ ଫେରାର ଘଟଣାରେ ଜେଲ୍ ଯାଇଥିଲେ । 
ପରେ କ୍ୟାନ୍‌ସର ଆକ୍ରାନ୍ତ ହେବାରୁ ଆଗୁଆ ମୁକ୍ତି ଆବେଦନ କରିଥିଲେ। ୫ ବର୍ଷ ଜେଲ୍‌ରେ ରହିସାରିଥିବାରୁ ସୁପ୍ରିମକୋର୍ଟରେ ମୁକ୍ତି ଆବେଦନ କରିଥିଲେ । ସ୍ୱାସ୍ଥ୍ୟ ସମସ୍ୟା ସତ୍ତ୍ୱେ  ସୁପ୍ରିମକୋର୍ଟ ତାଙ୍କ ମୁକ୍ତି ଆବେଦନ ଖାରଜ କରିଥିଲେ। 

ମାତ୍ର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସେ ଜେଲ୍‌ରୁ ବାହାରି ଦୀର୍ଘ ଦିନ ହେଲା ଚିକିତ୍ସାଧୀନ ଥିଲେ। ଏହାପରେ ଦୀର୍ଘ ଦିନ ହେଲା ସେ ଚିକିତ୍ସିତ ଥିବା ବେଳେ ଗତ ରାତିରେ ସେ ଆଖି ବୁଜିଛନ୍ତି। 

ଆଜି ଏମ୍ସରେ ବିତ୍ତିହୋତ୍ର ଶବ ବ୍ୟବଚ୍ଛେଦ କରାଯିବ । ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ । ଏହାପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାଯାଇଛି।

Cuttack