ଶାରଦୀୟ ଦୁର୍ଗା ପୂଜା ଅବସରରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଜେପି ସରକାର ପ୍ରଥମ ଥର କ୍ଷମତାକୁ ଆସିବା ପରେ ପୂଜା ମଣ୍ଡପମାନଙ୍କୁ ଦେଇଛନ୍ତି ପୂଜା ଭେଟି । ରାଜ୍ୟର ସବୁ ଦୁର୍ଗା ପୂଜା ପେଣ୍ଡାଲର ସରକାରୀ ଭଡ଼ା ଛାଡ଼ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।
ଭୁବନେଶ୍ୱର ସମେତ ରାଜ୍ୟବ୍ୟାପୀ ସବୁ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରାଗଲା ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଫଳରେ ଆଉ ପୂଜା ମଣ୍ଡପ ତଥା ଷ୍ଟାଣ୍ଡ ନିମନ୍ତେ କମିଟିକୁ ଆଉ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ ।
Also Read
ଆଜି ମହାଷ୍ଟମୀ ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ବିଭିନ୍ନ ମେଢ ବୁଲିବାର କାର୍ଯ୍ୟକ୍ରମ ରହିଛି। ଏଥିନିମନ୍ତେ ପ୍ରଥମେ ସେ ଓଲଡ ଟାଉନର ପାଟଣାସାହି ପୂଜା ମଣ୍ଡପରେ ପହଞ୍ଚିଛନ୍ତି। ସେଠାରେ ସେ ମା’ଙ୍କ ଆର୍ଶିବାଦ ନେବା ସହ ରାଜ୍ୟବାସୀଙ୍କ ଶୁଭ ମନାସୀଛନ୍ତି।
ଆଜି ମୁଖ୍ୟମନ୍ତ୍ରୀ ରାଜଧାନୀରେ ପ୍ରାୟ ୧୦ଟି ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବିଭାଗୀୟ ମନ୍ତ୍ରୀ ବି ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Miscellaneous
ବଜ୍ରପାତରେ କଲେଜ ଛାତ୍ରୀଙ୍କ ସମେତ ୪ ମୃତ
ପ୍ରାୟ ସମସ୍ତେ ବିଲକୁ ଯାଇଥିବା ବେଳେ ବଜ୍ରପାତରେ ଜୀବନ ହରାଇଛନ୍ତି।

Miscellaneous
ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ : ଏଫଏମ୍ କଲେଜ ଅଧ୍ୟକ୍ଷ ନିଲମ୍ବିତ, ମହଙ୍ଗା ପଡ଼ିଲା ଅଭିଯୋଗକୁ ଅଣଦେଖା
ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ଦୁଇଟି ଭିନ୍ନ ଭିନ୍ନ ନିର୍ଦ୍ଦେଶନାମା ଅନୁସାରେ, ଏଫଏମ କଲେଜରେ ଜୁଲାଇ ୧୨ତାରିଖ(ଆଜି) ଦୁର୍ଭାଗ୍ୟଜନକ ଘଟଣା ଘଟିଛି । ଏହି କଲେଜ ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷ ଉପଯୁକ୍ତ ଢଙ୍ଗରେ ପରିଚାଳନା କରିପାରିନଥିବା ସରକାର ଅନୁଭବ କରିଛନ୍ତି । ଏପରିକି କଲେଜ ଅଧ୍ୟକ୍ଷ ଭାବେ ନିଜର ଦାୟିତ୍ୱ ମଧ୍ୟ ତୁଲାଇବାରେ ଶ୍ରୀ ଘୋଷ ବିଫଳ ହୋଇଥିବା ଜଣାପଡ଼ିଛି । ତେଣୁ ତାଙ୍କୁ ତୁରନ୍ତ ଚାକିରିରୁ ନିଲମ୍ବନ କରାଯାଇଛି ।

Miscellaneous
ଆସନ୍ତାକାଲିଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ୍
ଡ୍ରାଇଭର୍ ମହାସଂଘର ଆନ୍ଦୋଳନ ଯୋଗୁ ବନ୍ଦ ଥିଲା ବସ୍ ଚଳାଚଳ।

Miscellaneous
ଖବର ବାଜିଲା, ଜିଏ ଉଠିଲା!
ଆଜି ଜିଏ ଓ ବିଡିଏର ଜଏଣ୍ଟ ଏଭିକସନ୍ ସ୍କାଡ୍ ପଟିଆ ଶିଶୁ ବିହାର ଅଂଚଳରେ ପ୍ଲଟ-୪୧୨ରେ କିଟ୍ ଦଖଲରେ ଥିବା ସରକାରୀ ଜମିରୁ ଉଚ୍ଛେଦ ଆରମ୍ଭ କରିଛି। ଏଠାରେ କିଟ୍ ପକ୍ଷରୁ କେତେକ ଛୋଟ ଷ୍ଟୋର ରୁମ୍ କରାଯାଇ ପାଚେରୀ ଘେରାଯାଇଥିଲା। ତା ଭିତରେ ବାଲି ବି ଜମା କରାଯାଇଥିଲା।

Miscellaneous
ଓଡ଼ିଶା ପୁଲିସରେ ଟେଣ୍ଡର ଫିକ୍ସିଂ ଜଳଜଳ: ସନ୍ଦେହଘେରରେ ଗୃହ ବିଭାଗ ଓ ଡିଜିପି ଅଫିସ୍
‘ଉପକୂଳ ସୁରକ୍ଷା ପାଇଁ ଡ୍ରୋନକିଣା’ ହେଉ କି ‘ସିଷ୍ଟମ ଇଣ୍ଟିଗ୍ରେଟର ଚୟନ’ରେ ଟେଣ୍ଡର ପ୍ରକ୍ରିୟା, ସବୁଥିରେ ଅନିୟମିତତା ଜଳଜଳ ଦିଶୁଥିଲେ ମଧ୍ୟ ସମସ୍ତେ ନିରବଦ୍ରଷ୍ଟା ସାଜିଛନ୍ତି ।