ରାଉରକେଲାରୁ କୋଲାକତା ଉଡ଼ିବ ବିମାନ, ଭଡ଼ା ୧୯୯୯ଟଙ୍କା

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ସରକାରଙ୍କ ସହଯୋଗରେ ରାଉରକେଲାରୁ କୋଲକାତାକୁ ବିମାନ ସେବା ଆରମ୍ଭ ହେବ । ମାତ୍ର ଦେଢ଼ଘଣ୍ଟା ମଧ୍ୟରେ ଏହି ଗନ୍ତବ୍ୟ ସ୍ଥଳକୁ ଯାଇ ହେବ ।

Representative Image

  • Published: Tuesday, 26 December 2023
  • , Updated: 26 December 2023, 06:41 PM IST

ରାଉରକେଲାରୁ କୋଲାକାତା ବିମାନ ଚାଲିବ । ସପ୍ତାହକୁ ୩ଦିନ ଚାଲିବ । ପ୍ରାରମ୍ଭିକ ଭଡ଼ା ୧୯୯୯ଟଙ୍କା ରହିଛି । ରାଜ୍ୟ ସରକାର ଏଥିପାଇଁ ଭାଏବିଲିଟି ଗ୍ୟାପ୍ ଫଣ୍ଡିଂ ମାଧ୍ୟମରେ ଆର୍ଥିକ ସହାୟତା ଯୋଗାଇ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ସରକାରଙ୍କ ସହଯୋଗରେ ରାଉରକେଲାରୁ କୋଲକାତାକୁ ବିମାନ ସେବା ଆରମ୍ଭ ହେବ । ମାତ୍ର ଦେଢ଼ଘଣ୍ଟା ମଧ୍ୟରେ ଏହି ଗନ୍ତବ୍ୟ ସ୍ଥଳକୁ ଯାଇ ହେବ । ଆଲାଏନ୍ସ ଏୟାର ସହଯୋଗରେ ସପ୍ତାହକୁ ୩ଦିନ ଏହି ଯାତ୍ରୀବାହୀ ବିମାନ ଉଡ଼ାଣ କରିବ । ରାଜ୍ୟ ସରକାର ୩୫ଟି ଆସନ ପାଇଁ ଏହି ଫଣ୍ଡିଂ ବ୍ୟବସ୍ଥା କରିଛନ୍ତି। ମଙ୍ଗଳବାର, ଗୁରୁବାର ଓ ଶନିବାର ଏହି ବିମାନ ଚଳାଚଳ କରିବ । ଏହି ବିମାନ ସେବା ଦ୍ୱାରା ସୁନ୍ଦରଗଡ଼ ଜିଲ୍ଲାରେ ଶିଳ୍ପ ଓ ପର୍ଯ୍ୟଟନ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ସୃଷ୍ଟି ହୋଇପାରିବ ବୋଲି ସରକାର ଆଶାବାଦୀ ଅଛନ୍ତି ।

Related story