Anadi Sahu
ପୂର୍ବତନ ସାଂସଦ ଅନାଦି ସାହୁଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା। କଟକର ସିଡିଏ ସ୍ଥିତ ବାସଭବନରେ ଗତକାଲି ବିଳମ୍ବିତ ରାତିରେ ଅନାଦି ସାହୁ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି ଅନାଦି ସାହୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ୨ରୁ୩ ବର୍ଷ ହେବ ସେ ଶଯ୍ୟାଶାୟୀ ଥିଲେ।
ଅନାଦି ସାହୁ ଜଣେ ଦକ୍ଷ ପୁଲିସ ପ୍ରଶାସକ ଥିଲେ। ଏହାସହ ସେ ରାଜନୀତିରେ ମଧ୍ୟ ସାମିଲ ହୋଇଥିଲେ। ବ୍ରହ୍ମପୁରରୁ ବିଜେପିର ସାଂସଦ ହୋଇ ଥିଲେ। କିଛି ବର୍ଷ ହେଲା ଅନାଦି ସାହୁ ରାଜନୀତରୁ ଦୂରେଇ ଯାଇଥିଲେ।
ସାହିତ୍ୟ କ୍ଷେତ୍ରରେ ଅନାଦିଙ୍କର ଅନେକ ସୃଷ୍ଟି ସମ୍ଭାର ରହିଛି। ସେ ବିଭିନ୍ନ ପୁସ୍ତକ ଲେଖିଛନ୍ତି। ଅନାଦି ସାହୁଙ୍କ ଶେଷ ଦର୍ଶନ କରିବା ପାଇଁ ସିଡିଏ ସ୍ଥିତ ବାସଭବନରେ ନେତା ଓ ଶୁଭେଚ୍ଛୁଙ୍କ ଭିଡ଼ ଜମିଛି। ଅନାଦି ସାହୁଙ୍କ ଶେଷକୃତ୍ୟ କଟକର ସତୀ ଚଉରାରେ ହେବ ବୋଲି ସୂଚନା ମିଳିଛି।
ଅନାଦି ସାହୁଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ। ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଟୁଇଟ୍ କରି ଶୋକ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରି ସ୍ୱର୍ଗତ ଅନାଦି ସାହୁଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଟୁଇଟ୍ କରି ଅନାଦିଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ସେ ନିଜ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ଯେ, ପୂର୍ବତନ ସାଂସଦ ତଥା ପୂର୍ବତନ ପୋଲିସ ଅଧିକାରୀ ଅନାଦି ଚରଣ ସାହୁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଏବଂ ମର୍ମାହତ। ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1705720980.jpg)