ଦାୟିତ୍ୱରେ ଅବହେଳା ଅଭିଯୋଗରେ କେନ୍ଦ୍ରାପଡ଼ା ଜିଲ୍ଲା ଅବକାରୀ ଏସପି ଦେବୀପ୍ରସାଦ ମିଶ୍ରଙ୍କୁ ରାଜ୍ୟ ସରକାର ଚାକିରିରୁ ନିଲମ୍ବନ କରିଛନ୍ତି । ନିଲମ୍ବନ ଅବଧିରେ ସେ ସମ୍ବଲପୁର ଉତ୍ତରାଂଚଳ ଡିଭିଜନର ଅବକାରୀ ଡେପୁଟି କମିଶନରଙ୍କ କାର୍ଯ୍ୟାଳୟରେ ହାଜିର ପକାଇବେ ବୋଲି ନିର୍ଦ୍ଦେଶ ଦିଆଯାଇଛି ।
ଅବକାରୀ କମିଶନର ନରସିଂହ ଭୋଳ କହିଛନ୍ତି ଯେ, ଅବକାରୀ ବିଭାଗର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ତଦନ୍ତ ରିପୋର୍ଟ ଆଧାରରେ କେନ୍ଦ୍ରାପଡ଼ା ଅବକାରୀ ଏସପି ଶ୍ରୀ ମିଶ୍ରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଅବକାରୀ ଏସପି ଭାବେ ଶ୍ରୀ ମିଶ୍ର ଲାଂଚ ନେଉଥିବାର ଅଭିଯୋଗ ହୋଇଥିଲା । ଶ୍ରୀ ମିଶ୍ରଙ୍କ ବିରୁଦ୍ଧରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ମଧ୍ୟ ଏକ ତଦନ୍ତ ରିପୋର୍ଟ ରାଜ୍ୟ ସରକାରଙ୍କୁ ପଠାଇଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।