ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନେ ଏଣିକି ଗୋଟିଏ ବର୍ଷରେ ୨୫ ଦିନ ସାମୟିକ ଛୁଟି ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।
Also Read
ସରକାରୀ କର୍ମଚାରୀମାନଙ୍କୁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ ପାଇଁ ଆଜି ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ପାଇବେ। ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।