/odisha-reporter/media/post_attachments/uploads/2018/09/a-8.jpg)
a
ନୂଆଦିଲ୍ଲୀ: ଉତ୍ତର ଦିଲ୍ଲୀର ଅଶୋକ ବିହାରରେ ଥିବା ଏକ ତିନି ମହଲା କୋଠା ଭୁଶୁଡ଼ି ପଡ଼ିଛି। ଏହି ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ରହିଛନ୍ତି। ଏଥିରେ ଆହୁରି ୭ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
Advertisment
ବିଲ୍ଡିଂଟି ବହୁ ପୁରୁଣା ହୋଇଥିବାରୁ ଲଗାଣ ବର୍ଷାରେ ଭୁଶୁଡ଼ି ପଡ଼ିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
ସକାଳ ପ୍ରାୟ ୯ଟା ବେଳେ ଘଟଣା ଘଟିଥିବା ବେଳେ ଏନ୍ଡିଆର୍ଏଫ୍ ଟିମ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘଟଣାର ମାଜିଷ୍ଟ୍ରେଟ୍ ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
