Advertisment

ବୁଧବାର ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ବୁଧବାର ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। #Warning for Day-1 & Day-2Day-3 to Day-5 : No Warning pic.twitter.com/fXjnZykI3I — Meteorological Centre, Bhubaneswar (@mcbbsr) September 20, 2022 ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ୱଲପୁର, ବରଗଡ଼, ସୋନପୁର […]

ଅଦ୍ୟତନ ହୋଇଛି
ପୂଜାକୁ ଫିକା କଲା ବର୍ଷା, ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

Rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ବୁଧବାର ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

https://twitter.com/mcbbsr/status/1572159191212773378?s=20&t=QkRrkGUhX-mOVX0wPf5LZw

ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ୱଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗିର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବବନା ରହିଛି। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର,ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପ୍ରବଳ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଖସିବାର ସମ୍ଭାବନା ରହିଛି। ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିପାରେ। ପରିବା ଚାଷ ଜମିରୁ ବର୍ଷା ପାଣି ନିଷ୍କାସନ କରିବା ପାଇଁ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି।

https://twitter.com/mcbbsr/status/1572112175673774082?s=20&t=QkRrkGUhX-mOVX0wPf5LZw

ସେପଟେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ରେକର୍ଡ ବର୍ଷା ହୋଇଛି। ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୩୦୨ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

https://twitter.com/mcbbsr/status/1572138310247804928?s=20&t=QkRrkGUhX-mOVX0wPf5LZw

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe