Advertisment

ଅଟୋ-ପିକ୍‌ଅପ୍‌ ଭ୍ୟାନ୍‌ ମୁହାଁମୁହିଁ ଧକ୍କା; ୩ ମୃତ, ୫ଆହତ

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
road accident

road accident

କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ବସନ୍ତପୁର ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଓ ପିକ୍‌ଅପ୍‌ ଭ୍ୟାନ୍‌ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ପରିଚୟ ମିଳିନାହିଁ। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତାହତ ସମସ୍ତେ କେନ୍ଦୁଝର ଜିଲ୍ଲାର ସାନକମଣ୍ଡର ଗାଁର ବୋଲି ଜଣାଯାଇଛି।

Advertisment

ଆଜି ସକାଳେ ୭ଜଣ ପରିବା ବିକାଳି ଏକ ଅଟୋ ଯୋଗେ କେନ୍ଦୁଝର ବଜାରରୁ ପରିବା ବିକ୍ରି କରି ନିଜ ଘର ସାନକମଣ୍ଡରକୁ ଫେରୁଥିଲେ । ବସନ୍ତପୁର ନିକଟରେ ବିପରୀତ ଦିଗରୁ ଆସୁଥିବା ପିକ୍‌ଅପ୍‌ ଭ୍ୟାନ୍‌ ସହ ଅଟୋର ମୁହାଁ ମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥାଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ୫ ଜଣ ଗୁରୁତର ଆହତ ହୋଇଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି। 

ଦୁର୍ଘଟଣା ପରେ ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Road Accident