ସୁବର୍ଣ୍ଣରେଖାରେ ଆସୁଛି ବଡ଼ ବନ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଭୟଙ୍କର ବନ୍ୟା ପରେ ଏବେ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ଦେଖାଦେଇଛି। ସୁବର୍ଣ୍ଣରେଖା ଅବବାହିକାରେ ପ୍ରବଳ ବନ୍ୟା ସମ୍ଭାବନା ରହିଛି ବୋଲି ରବିବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା। ୨୦୦୮ରେ ସୁବର୍ଣ୍ଣରେଖାରେ ସବୁଠୁ ବଡ଼ ବନ୍ୟା ଆସିଥିବା କୁହାଯାଉଥିବା ବେଳେ ଏଥର ତା’ଠାରୁ ଅଧିକ ପ୍ରଭାବ ପଡ଼ିବ ବୋଲି ଏସ୍‌ଆର୍‌ସି ସତର୍କ କରାଇ ଦେଇଛନ୍ତି। ସେ କହିଛନ୍ତି, ଝାଡ଼ଖଣ୍ଡର ଗାଲୁଡ଼ିହି […]

IAS Pradeep Jena

  • Published: Sunday, 21 August 2022
  • , Updated: 21 August 2022, 09:02 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଭୟଙ୍କର ବନ୍ୟା ପରେ ଏବେ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ଦେଖାଦେଇଛି। ସୁବର୍ଣ୍ଣରେଖା ଅବବାହିକାରେ ପ୍ରବଳ ବନ୍ୟା ସମ୍ଭାବନା ରହିଛି ବୋଲି ରବିବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା।

୨୦୦୮ରେ ସୁବର୍ଣ୍ଣରେଖାରେ ସବୁଠୁ ବଡ଼ ବନ୍ୟା ଆସିଥିବା କୁହାଯାଉଥିବା ବେଳେ ଏଥର ତା’ଠାରୁ ଅଧିକ ପ୍ରଭାବ ପଡ଼ିବ ବୋଲି ଏସ୍‌ଆର୍‌ସି ସତର୍କ କରାଇ ଦେଇଛନ୍ତି।

ସେ କହିଛନ୍ତି, ଝାଡ଼ଖଣ୍ଡର ଗାଲୁଡ଼ିହି ବ୍ୟାରେଜ୍‌ ଗେଟ୍ ଦେଇ ପ୍ରାୟ ୬ ଲକ୍ଷ କ୍ୟୁସେକ ପାଣି ଆସୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇପାରେ। ଜାମଶୋଳା ଘାଟରେ ସୁବର୍ଣ୍ଣରେଖା ଏବେ ବିପଦ ସଂକେତ ଠାରୁ ୪ମିଟର ଉପରେ ରହିଛି।  ବନ୍ୟା ହେଲେ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ବସ୍ତା ବ୍ଲକ ପ୍ରଭାବିତ ହେବ। ଏହି ସବୁ ଅଞ୍ଚଳରେ ବନ୍ୟାର ପ୍ରକୋପ ଅଧିକ ରହିବ। ଆଜି ଅପରାହ୍ନରୁ ବନ୍ୟାର ପ୍ରଭାବ ପଡ଼ିବ ଓ ଏହା ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ରହିବ।

ପ୍ରବଳ ବନ୍ୟାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀର ୪୦ଟି ଟିମ୍ ମୁତୟନ ହେବେ ବୋଲି ଏସ୍‌ଆର୍‌ସି ଶ୍ରୀ ଜେନା କହିଛନ୍ତି।

ସେ ଆହୁରି କହିଛନ୍ତି, ବର୍ତ୍ତମାନ ପର୍ଯ୍ୟନ୍ତ ବୁଢ଼ାବଳଙ୍ଗ ବିପଦ ସଙ୍କେତ ଅତିକ୍ରମ କରି ନାହିଁ । କିଛି ସ୍ଥାନରେ ଏହାର ଜଳସ୍ତର ଖସିବା ଆରମ୍ଭ କରିଛି। ତେଣୁ ବୁଢ଼ାବଳଙ୍ଗ ରେ ବନ୍ୟା ସ୍ଥିତି ସୃଷ୍ଟି ହେବ ନାହିଁ ବୋଲି ଆଶା କରାଯାଉଛି।

ଏସ୍‌ଆର୍‌ସି କହିଛନ୍ତି, ଆଖୁଆପଦାଠାରେ ବୈତରଣୀ ବିପଦ ସଙ୍କେତ ଉପରେ ରହିଛି। ଏକ ମିଟର ଅଧିକ ଉଚ୍ଚରେ ସେଠାରେ ପାଣି ଅତିକ୍ରମ କରୁଛି। ଆଉ କିଛି ସମୟ ପରେ ସେଠାରେ ପାଣି ଖସିବା ଆରମ୍ଭ ହେବ। କାଣୀ ନଦୀ ରେ ହୋଇଥିବା ଘାଇ ମରାମତି ହୋଇ ପାରିନ ଥିଲା। ତେଣୁ ପୁଣି ବନ୍ୟା ଆସିବାରୁ ସେଠାରେ ପାଣି ପଶିବା ଆରମ୍ଭ କରିଛି। ବୈତରଣୀ ପାଇଁ ଆମେ ଯାଜପୁର ଓ ଭଦ୍ରକକୁ ଆଲର୍ଟରେ ରଖିଛୁ। ସେହିଭଳି ବ୍ରାହ୍ମଣୀ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।

ଅନ୍ୟପକ୍ଷରେ ମହାନଦୀ ସିଷ୍ଟମରେ ବନ୍ୟା ପରିସ୍ଥିତିରେ ଧୀରେ ଧୀରେ ସୁଧାର ଆସୁଛି ବୋଲି କହିଛନ୍ତି ଏସ୍‌ଆର୍‌ସି। ସେ କହିଛନ୍ତି, ମହାନଦୀରେ ଆଉ ବନ୍ୟା ପରିସ୍ଥିତି ସମ୍ଭାବନା ନାହିଁ।
https://www.youtube.com/watch?v=EE3dNA1Icfw

Related story