ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂଜା ପୂର୍ବରୁ ରାଜ୍ୟ ସରକାରଙ୍କ ଭେଟି। ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା। ୩ ପ୍ରତିଶତ ଡିଏ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହି ଘୋଷଣା ପରେ ବର୍ଦ୍ଧିତ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଛି। ରାଜ୍ୟ ସରକାରୀ କର୍ମଚାରୀଙ୍କ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁ ହେବ। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି। […]

DA hike

Madhupriya Mistry
  • Published: Monday, 19 September 2022
  • , Updated: 19 September 2022, 01:55 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂଜା ପୂର୍ବରୁ ରାଜ୍ୟ ସରକାରଙ୍କ ଭେଟି। ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା। ୩ ପ୍ରତିଶତ ଡିଏ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହି ଘୋଷଣା ପରେ ବର୍ଦ୍ଧିତ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଛି। ରାଜ୍ୟ ସରକାରୀ କର୍ମଚାରୀଙ୍କ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁ ହେବ।

ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି। କର୍ମଚାରୀ ଓ ପେନସନଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ଦିଆଯିବ। ଏହା ଦ୍ୱାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ।

Related story