Advertisment

ମୁଖ୍ୟମନ୍ତ୍ରୀ ହେବା ପରେ ଆଜି ନିଜ ଗାଁକୁ ଯିବେ ମୋହନ ମାଝୀ

ଆଜି ନିଜ ଗାଁ ରାଇକଳାରେ ମଧ୍ୟାହ୍ନ ଭୋଜନ କରିବେ ମୁଖ୍ୟମନ୍ତ୍ରୀ।

author-image
Tapaswini Nayak
Mohan majhi

Mohan majhi

ଆଜି ନିଜ ଗାଁ କେନ୍ଦୁଝର ରାଇକଳାକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଠି ନିଜ ଘରେ ମଧ୍ୟାହ୍ନ ଭୋଜନ କରିବେ। ଏଥିସହ ସାଧାରଣ ଜନତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

Advertisment

ଗତକାଲି ନିଜ ଜନ୍ମମାଟିରେ ପୂର୍ବ ବିଜେଡି ସରକାର ଉପରେ ବର୍ଷିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ କହିଥିଲେ, କେନ୍ଦୁଝରକୁ ଲୁଟ୍ କରାଯାଉଥିଲା। କେନ୍ଦୁଝର ଖଣି ଲୁଟରେ ସେତେବେଳର ରାଜ୍ୟ ସରକାର ସମ୍ପୃକ୍ତ ଅଛନ୍ତି।୨୦୧୯ରେ ବିଧାନସଭାରେ କେନ୍ଦୁଝରର ହକ୍ ପାଇଁ ଲଢ଼େଇ ହୋଇଥିଲା କିଛି ଅଣ ଓଡ଼ିଆ କେନ୍ଦୁଝରର ଗରିବ, ଆଦିବାସୀଙ୍କୁ ଲୁଟିଛନ୍ତି। ଯେଉଁମାନେ ଲୁଟ୍ କରିଛନ୍ତି ସେମାନେ ମୋ ନଜରରେ, କେହି ବର୍ତ୍ତିବେନି। ସମସ୍ତଙ୍କୁ ଜେଲ୍ ପଠାଇବୁ, କାହାକୁ ଛାଡ଼ିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ପୂର୍ବରୁ ବିରୋଧୀ ଦଳରେ ଥାଇ ଲଢ଼ୁଥିଲି। ଏଥିପାଇଁ ସରକାର ଡରୁଥିଲେ। ମନ୍ତ୍ରୀ ପଦ ଓ ଖଣି ଦେବାକୁ ମଧ୍ୟ ସେତେବେଳେ ଯାଚୁଥିଲେ। ଖାଲି ମନ୍ତ୍ରୀ ନୁହେଁ, ଆଜି ଆପଣଙ୍କ ଆଶୀର୍ବାଦରୁ ନେତ୍ୱତ୍ୱ ମିଳିଛି। ଆପଣମାନେ ମୋତେ ମୁଖ୍ୟମନ୍ତ୍ରୀ କରିଛନ୍ତି। ମୁଖ୍ୟମନ୍ତ୍ରୀ ନୁହଁ ମୋହନ ଭାଇ। ଲୋକଙ୍କ ଭଲ ପାଇବା ପାଇ ମୁଁ ମୋହନ ଭାଇ ହୋଇ ରହିବି ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ।

Advertisment
Bjp Cmo Of Odisha Mohan Majhi