Advertisment

ଫେବ୍ରୁଆରୀ ୫ରୁ ବିଧାନସଭା ଆରମ୍ଭ, ଆଗତ ହେବ କାମଚଳା ବଜେଟ

ଫେବ୍ରୁଆରୀ ୫ରୁ ଆରମ୍ଭ ହେବ ବିଧାନସଭା। ଏଥର ବିଧାନସଭାରେ ବସିବ ବଜେଟ ଅଧିବେଶନ।

author-image
Niharika Rout
ଅଦ୍ୟତନ ହୋଇଛି
Odisha Assembly

Odisha Assembly

ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲେଖାନୁଦାନ( କାମଚଳା ବଜେଟ) ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି।

Advertisment

ଆଜି ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଧିବଦ୍ଧ ବିଜ୍ଞପ୍ତି ଅନୁସାରେ ଷୋଡଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଫେବ୍ରୁୟାରୀ ୫ ତାରିଖରୁ ବସିବ । ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ରହିଛି। ୬ ଓ ୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ ।

ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟକୁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହରେ ଉପସ୍ଥାପନ କରିବେ। ଏହା ମୋସନ ଆକାରରେ ଗୃହରେ ଆଗତ ହୋଇ ଆଲୋଚନା ହେବ । ତା’ ପର ଦିନ ଏହି ବ୍ୟୟ ମଞ୍ଜୁରୀ ବିଲ୍‌ ( କାମଚଳା ବଜେଟ) ପାରିତ ହେବ ।

Advertisment

୧୦ ଓ ୧୧ ତାରିଖ ଶନିବାର ଓ ରବିବାର ପାଇଁ ଛୁଟି ରହିବ । ୧୨ ତାରିଖରେ ଗୃହରେ ସରକାରୀ କାର୍ଯ୍ୟ ଦିବସ ଓ ୧୩ ତାରିଖରେ ଘରୋଇ ସଦସ୍ୟଙ୍କ ପାଇଁ ଉଦ୍ଦିଷ୍ଟ କାର୍ଯ୍ୟ ଦିବସ ରହିଛି।

ସାଧାରଣ ନିର୍ବାଚନ ପୂର୍ବରୁ ଏହା ବିଧାନସଭାର ଶେଷ ଅଧିବେଶନ ଓ ଶେଷ ବଜେଟ।

Odisha Assembly