Advertisment

୨୮ରେ ଓଡ଼ିଶା ଆସିବେ ଜେ.ପି ନଡ୍ଡା; କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଜେ.ପି ନଡ୍ଡା।

author-image
Tapaswini Nayak
JP Nadda

JP Nadda

ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା। ବିଜେପିର ବରିଷ୍ଠ ନେତା ସମୀର ମହାନ୍ତି ଆଜି ଏହି ସୂଚନା ଦେଇଛନ୍ତି।

Advertisment

ଜେ.ପି ନଡ୍ଡା ଦିନିକିଆ ଗ୍ରସ୍ତରେ ବ୍ରହ୍ମପୁରରେ ସାଧାରଣ ସଭାକୁ ସମ୍ବୋଧିତ କରିବେ। ଏହାସହ ସେଠାରେ ବିଜେପିର କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ। ଏହାପରେ ଜେ.ପି ନଡ୍ଡା ନବରଙ୍ଗପୁର ଯିବେ। ସେଠାରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ଭେଟି ଆଲୋଚନା କରିବେ। 

ଗତକାଲି ବିଜେପିର ଚାଣକ୍ୟ ତଥା କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ ଓଡ଼ିଶା ଆସିଥିଲେ। ଶାହ ନିର୍ବାଚନୀ ପ୍ରଚାରର ବିଗୁଲ୍ ଫୁଙ୍କିବା ସହ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ଅମିତ୍ ଶାହଙ୍କ ଗ୍ରସ୍ତର ଦୁଇ ଦିନ ପରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଆସୁଛନ୍ତି। ସେ କର୍ମୀଙ୍କୁ କ’ଣ ଗୁରୁମନ୍ତ୍ର ଦେଉଛନ୍ତି ତାହା ଉପରେ ସମସ୍ତଙ୍କ ନଜିର ରହିଛି।

Advertisment

ଅନ୍ୟପକ୍ଷରେ ରାଜ୍ୟରେ ମେ’ ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ଭୋଟ ହେବ। କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା କ୍ଷେତ୍ର ଓ ଏହା ଅଧିନ ସମସ୍ତ ୨୮ ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ ହେବ।

Bjp Jp Nadda