ଅପେକ୍ଷାର ଅନ୍ତ। ଚାଷୀ ପାଇବେ ୮ ଶହ ଟଙ୍କାର ଇନପୁଟ୍ ସବସିଡି। ଆସନ୍ତାକାଲି ଚାଷୀଙ୍କୁ ଧାନର ଇନପୁଟ ସହାୟତା ରାଶି ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବରଗଡ଼ ସୋହେଲାର ଇଚ୍ଛାପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୮ଶହ ଟଙ୍କାର ଇନପୁଟ୍ ସବସିଡି ବଣ୍ଟନ କରିବେ।
୨୦୨୪ ସାଧାରଣ ନିର୍ବାଚନରେ ଧାନ MSP ୩୧ ଶହ ଟଙ୍କା ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କ୍ଷମତାକୁ ଆସିବା ପରେ ବିଜେପି ସରକାର ମଧ୍ୟ ୨୩ ସହ MSP ସହ ୮ ଶହ ଟଙ୍କା ଇନପୁଟ ସବସିଡି ଘୋଷଣା କରିଥିଲେ। ଏବେ ଧାନ ବିକ୍ରି ପରେ ୨୩ଶହ ଟଙ୍କା MSP ଚାଷୀ ପାଉଥିବା ବେଳେ ଆସନ୍ତାକାଲିଠୁ ଚାଷୀ ଇନପୁଟ୍ ସବସିଡି ବାବଦକୁ ପାଇବେ ୮ ଶହ ଟଙ୍କା।
Also Read
ଧାନ କିଣା ଯିବାର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ଏହି ଟଙ୍କା। ପୁରୀ, ସମ୍ବଲପୁର, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ବାଲେଶ୍ୱର, ମୟୁରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଭଦ୍ରକ ଜିଲ୍ଲାରେ ଆସନ୍ତାକାଲି ସମାବେଶ କରି ବଣ୍ଟା ହେବ ଇନପୁଟ ସବସିଡ଼ି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ବିଧାନସଭା ନିର୍ବାଚନ: ବିଜେପି ଘୋଷଣା କଲା ସଂକଳ୍ପ ପତ୍ର; ମହିଳାଙ୍କ ପାଇଁ ଅଜାଡ଼ି ଦେଲା
ବିଜେପି ତା’ର ସଙ୍କଳ୍ପ ପତ୍ରରେ ଦିଲ୍ଲୀର ପ୍ରତ୍ୟେକ ମହିଳାଙ୍କୁ ପ୍ରତି ମାସରେ ୨୫୦୦ ଟଙ୍କା ଦେବ ବୋଲି ଘୋଷଣା କରିଛି। ମହିଳା ସମୃଦ୍ଧି ଯୋଜନାରେ ଏହି ଅର୍ଥ ଦିଆଯିବ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Politics
‘ପାର୍ଟି ଧୀରେ ଧୀରେ ବନ୍ଦ ହୋଇଗଲାଣି, ଏବେ ହୋଟେଲ ଚଲେଇବେ’
ପାର୍ଟିର କାମ ଆଉ କିଛି ନାହିଁ। ତେଣୁ ସେମାନେ ସେଟାକୁ ହୋଟେଲରେ ପରିଣତ କରି ଦେଲେ। କ’ଣ ହୋଇଗଲା ସେଠୁ? ବିଚରାମାନଙ୍କୁ ଧନ୍ୟବାଦ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।