ପ୍ରଚାର ପାଇଁ ଓଡ଼ିଶା ଆସିବେ ବିଜେପିର ହେଭିଓ୍ବେଟ ନେତା

ନିର୍ବାଚନ ପ୍ରଚାର ପାଇଁ ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ।

Manoj Swain
  • Published: Tuesday, 07 May 2024
  • Updated: 07 May 2024, 06:23 PM IST

ନିର୍ବାଚନ ପ୍ରଚାର ପାଇଁ ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଭବାନୀପାଟଣା ଓ ରାୟଗଡ଼ାରେ ଜନସଭାକୁ ସମ୍ବୋଧିତ କରିବେ। ସେହିପରି ନବରଙ୍ଗପୁର ଓ କୋରାପୁଟରେ ସଭା କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ। ସେହିପରି ୯ ତାରିଖରେ ଓଡ଼ିଶା ଆସିବେ ବିଜେପିର ଆଉ ୨ ବରିଷ୍ଠ ନେତା- କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos