ପ୍ରଚାର ପାଇଁ ଓଡ଼ିଶା ଆସିବେ ବିଜେପିର ହେଭିଓ୍ବେଟ ନେତା

  • Published: Tuesday, 07 May 2024
  • , Updated: 07 May 2024, 06:23 PM IST

ନିର୍ବାଚନ ପ୍ରଚାର ପାଇଁ ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଭବାନୀପାଟଣା ଓ ରାୟଗଡ଼ାରେ ଜନସଭାକୁ ସମ୍ବୋଧିତ କରିବେ। ସେହିପରି ନବରଙ୍ଗପୁର ଓ କୋରାପୁଟରେ ସଭା କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ। ସେହିପରି ୯ ତାରିଖରେ ଓଡ଼ିଶା ଆସିବେ ବିଜେପିର ଆଉ ୨ ବରିଷ୍ଠ ନେତା- କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର।

Related story