Advertisment

ଆଜି ଶପଥ ନେବେ ମୋହନ ମାଝୀ; ଜନତା ମଇଦାନରେ ଭବ୍ୟ ଆୟୋଜନ

କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ।

ଅଦ୍ୟତନ ହୋଇଛି
Mohan Majhi

Mohan Majhi

Advertisment

ମୋହନଙ୍କ ମୁଣ୍ଡରେ ସିଏମ୍ ମୁକୁଟ। କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ।

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ। ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ହେବେ ଉପମୁଖ୍ୟମନ୍ତ୍ରୀ।

Advertisment

ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜର ପ୍ରଥମ ସମ୍ବୋଧନରେ କହିଛନ୍ତି, ଓଡ଼ିଶା ବାସୀ ଯେଉଁ ଆଶା ଆକାଂକ୍ଷା ନେଇ ୨୪ ବର୍ଷର ସରକାରକୁ ବଦଳାଇଛନ୍ତି ଏବଂ ଓଡ଼ିଶାର ବିକାଶ ପାଇଁ ବିଜେପି ପ୍ରତି ଆସ୍ଥା ପ୍ରକଟ କରିଛନ୍ତି, ଆଗାମୀ ଦିନରେ ବିଜେପି ତାହାକୁ ନିଶ୍ଚିତ ରୂପେ ପୂରଣ କରିବ। ଏଥିସହ ଓଡ଼ିଶାକୁ ଭାରତର ୧ ନମ୍ବର ରାଜ୍ୟରେ ପରିଣତ କରିବା ପାଇଁ ସଂକଳ୍ପ ନେଉଛି ବୋଲି କହିଛନ୍ତି ମୋହନ ମାଝୀ।

ଭୁବନେଶ୍ୱରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଗତକାଲି ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କ ସହ ଓଡ଼ିଶାର ୩ କେନ୍ଦ୍ରମନ୍ତ୍ରୀ, ଲୋକସଭା ସାଂସଦ ଓ ବିଧାୟକମାନେ ଯୋଗ ଦେଇଥିଲେ। ଘଣ୍ଟାଏରୁ ଅଧିକ ସମୟର ବୈଠକ ପରେ, ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିଥିଲେ ରାଜନାଥ ସିଂ।

ବିଜେପି ବିଧାୟକ ଦଳରେ ଏହି ବଡ଼ ନିଷ୍ପତ୍ତି ପରେ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଥିଲେ ମୋହନ ମାଝୀ । ଏଥିସହ ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଥିଲେ। ମୋହନଙ୍କ ସହ ୨ ଭାବି ଉପମୁଖ୍ୟମନ୍ତ୍ରୀ, ରାଜନାଥ ସିଂହ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ସାମିଲ ହୋଇଥିଲେ।

Odisha Bjp Mohan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe