ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ଯ୍ୟାୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଓ ସମ୍ବଲପୁର ଲୋକସଭା ଆସନ ଓ ଏହା ଅଧିନରେ ଥିବା ବିଧାନସଭା ଆସନରେ ଜୁନ୍ ୧ ତାରିଖରେ ନିର୍ବାଚନ ହେବ। ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ମତଦାନ ହେବ।
ସେହିପରି ଏପ୍ରିଲ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମେ’ ୨୦ରେ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ହେବ। ସେହିପରି ପ୍ରଥମ ପର୍ଯ୍ୟାୟ ଭୋଟ ମେ’ ୧୩ରେ ହେବ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।